Biblia Todo Logo
Bib sou entènèt

- Piblisite -

ଯିହୋଶୂୟ 12 - ଓଡିଆ ବାଇବେଲ


ମୋଶାଙ୍କ ଦ୍ୱାରା ପରାଜିତ ରାଜାଗଣ

1 ଇସ୍ରାଏଲ ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି।

2 ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ସୀହୋନ ରାଜା, ସେ ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍‍ ନଦୀ ପର୍ଯ୍ୟନ୍ତ

3 ଓ ପଦାଭୂମିସ୍ଥିତ କିନ୍ନେରତ୍‍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବେଥ୍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍‍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ୱ କଲେ।

4 ପୁଣି ବାଶନୀୟ ଓଗ୍‍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍‍ ଓ ଇଦ୍ରିୟୀରେ ବାସ କଲା,

5 ପୁଣି ସେ ହର୍ମୋଣ ପର୍ବତରେ ଓ ସଲଖାରେ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍‍ବୋନର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲୀୟଦର ଅର୍ଦ୍ଧ ଦେଶରେ କର୍ତ୍ତୃତ୍ୱ କଲେ।

6 ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ।


ଯିହୋଶୂୟଙ୍କ ଦ୍ୱାରା ପରାଜିତ ରାଜାଗଣ

7 ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍‍ଗାଦ୍‍ଠାରୁ ସେୟୀରଗାମୀ ହାଲକ୍‍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ

8 ଓ ଯିହୋଶୂୟ ଯେଉଁ ଯେଉଁ ପର୍ବତମୟ ଦେଶ ଓ ତଳଭୂମି ଓ ପଦାଭୂମି ଓ ଅଧିତ୍ୟକା ଓ ପ୍ରାନ୍ତର ଓ ଦକ୍ଷିଣାଞ୍ଚଳସ୍ଥ ହିତ୍ତୀୟ, ଇମୋରୀୟ ଓ କିଣାନୀୟ ଓ ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶ ଅଧିକାର କରିବା ପାଇଁ ସ୍ୱ ସ୍ୱ ବିଭାଗାନୁସାରେ ଇସ୍ରାଏଲ-ବଂଶମାନଙ୍କୁ ଦେଲେ, ସେହିସବୁ ରାଜା ଏହି;

9 ଯିରୀହୋର ରାଜା, ଏକ; ବେଥେଲ୍‍ର ନିକଟସ୍ଥ ଅୟର ରାଜା

10 ଯିରୂଶାଲମର ରାଜା, ଏକ; ହିବ୍ରୋଣର ରାଜା, ଏକ;

11 ଯର୍ମୂତର ରାଜା, ଏକ; ଲାଖୀଶ୍‍ର ରାଜା, ଏକ;

12 ଇଗ୍ଲୋନ୍‍ର ରାଜା, ଏକ; ଗେଷରର ରାଜା, ଏକ;

13 ଦବୀରର ରାଜା, ଏକ; ଗେଦରର ରାଜା, ଏକ;

14 ହର୍ମାର ରାଜା, ଏକ; ଅରାଦର ରାଜା, ଏକ;

15 ଲିବ୍‍ନାର ରାଜା, ଏକ; ଅଦୁଲ୍ଲମର ରାଜା, ଏକ;

16 ମକ୍‍କେଦାର ରାଜା, ଏକ; ବେଥେଲ୍‍ର ରାଜା, ଏକ;

17 ତପୂହର ରାଜା, ଏକ; ହେଫରର ରାଜା, ଏକ;

18 ଅଫେକର ରାଜା, ଏକ; ଲାଶାରୋଣର ରାଜା, ଏକ;

19 ମାଦୋନର ରାଜା, ଏକ; ହାସୋରର ରାଜା, ଏକ;

20 ଶିମ୍ରୋଣମରୋଣର ରାଜା, ଏକ; ଅକ୍‍ଷଫର ରାଜା, ଏକ;

21 ତାନକ୍‍ର ରାଜା, ଏକ; ମଗିଦ୍ଦୋର ରାଜା, ଏକ;

22 କେଦଶ୍‍ର ରାଜା, ଏକ; କର୍ମିଲସ୍ଥ ଯଗ୍ନିୟାମର ରାଜା, ଏକ;

23 ଦୋର ଉପ-ପର୍ବତସ୍ଥିତ ଦୋରର ରାଜା, ଏକ; ଗିଲ୍‍ଗଲ୍‍ସ୍ଥ ଗୋୟିମର ରାଜା, ଏକ;

24 ତିର୍ସାର ରାଜା, ଏକ; ସର୍ବସୁଦ୍ଧା ଏକତ୍ରିଂଶ ରାଜା।

© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

Bridge Connectivity Solutions Pvt. Ltd.
Swiv nou:



Piblisite