ଗୀତସଂହିତା 23 - ଓଡିଆ ବାଇବେଲସଦାପ୍ରଭୁ ମୋର ପ୍ରତିପାଳକ ଦାଉଦଙ୍କର ଗୀତ। 1 ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ। 2 ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। 3 ସେ ମୋ’ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। 4 ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। 5 ତୁମ୍ଭେ ମୋ’ ଶତ୍ରୁଗଣଙ୍କ ସାକ୍ଷାତରେ ମୋ’ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋ’ ମସ୍ତକ ସିକ୍ତ କରିଅଛ; ମୋ’ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି। 6 ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି। |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.