Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 10:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ଵସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ସତ୍ୟଲଙ୍ଘନ ହେତୁରୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ବସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

13 ଶାଉଲ ସଦାପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ନ ଥିବାରୁ ମୃତ୍ୟୁବରଣ କଲେ। ଶାଉଲ ସଦାପ୍ରଭୁଙ୍କ ବାକ୍ୟର ବାଧ୍ୟ ହେଲେ ନାହିଁ। ଶାଉଲ ଜଣେ ଗୁଣିଆ ସ୍ତ୍ରୀ ପାଖକୁ ମଧ୍ୟ ଯାଇଥିଲେ ଓ ସଦାପ୍ରଭୁଙ୍କ ପରାମର୍ଶ ନ ଲୋଡ଼ି ତାହାର ପରାମର୍ଶ ଲୋଡ଼ିଥିଲେ।

Gade chapit la Kopi




1 ବଂଶାବଳୀ 10:13
18 Referans Kwoze  

ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍‍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।


ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।


ଯେହେତୁ ବିଦ୍ରୋହ ମନ୍ତ୍ର ପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”


ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, “ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି,” ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) “ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ?”


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ।


ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।


ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।


ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍‍ ଦ୍ୱାରା, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା।


ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।


“ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ।” ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।


ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ।


କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ ବିନଷ୍ଟ ହେବେ; ତୁମ୍ଭଙ୍କୁ ଛାଡ଼ି ବ୍ୟଭିଚାର କରିବା ଲୋକ ସମସ୍ତଙ୍କୁ ତୁମ୍ଭେ ଉଚ୍ଛିନ୍ନ କରିଅଛ।


ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।


Swiv nou:

Piblisite


Piblisite