Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 10:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ।” ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ଼୍‍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ଼୍‍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ

4 ଏହା ପରେ ଶାଉଲ ନିଜର ଅସ୍ତ୍ରବାହକକୁ କହିଲେ, “ତୁମ୍ଭର ‌‌ଖ‌ଡ଼୍‌ଗ ବାହାର କର ଓ ମୋତେ ସେଥିରେ ବଧ କର। ତେବେ ସେହି ଅସୁନ୍ନତ ବିଦେଶୀମାନେ ଆସି ମୋର ଉପହାସ କରି ପାରିବେ ନାହିଁ।” କିନ୍ତୁ ଶାଉଲଙ୍କ ଅସ୍ତ୍ରବାହକ ଭୟ କଲା। ସେ ଶାଉଲଙ୍କୁ ବଧ କଲା ନାହିଁ। ତେଣୁ ଶାଉଲ ନିଜ ‌‌ଖ‌ଡ଼୍‌ଗ ଉପରେ ପଡ଼ିଯାଇ ନିଜକୁ ବଧ କଲେ।

Gade chapit la Kopi




1 ବଂଶାବଳୀ 10:4
19 Referans Kwoze  

ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ;” କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।


ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ୱାର ଖୋଲା ହେବା ଦେଖି ବନ୍ଦୀମାନେ ପଳାଇଯାଇଅଛନ୍ତି ବୋଲି ମନେ କରି, ଖଣ୍ଡା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ।


ଏହି ଲୋକ (ଯିହୂଦା) ଅଧର୍ମର ମୂଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା;


ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ମଲା।


ତହିଁରେ ସିମ୍ରି ନଗର ହସ୍ତଗତ ହେବାର ଦେଖି ରାଜଗୃହର ଦୁର୍ଗକୁ ଯାଇ ଆପଣା ଉପରେ ରାଜଗୃହରେ ଅଗ୍ନି ଲଗାଇ ତାହା ଦଗ୍ଧ କଲେ;


ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।


ଗାଥ୍‍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ଡରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ୱନି କରିବେ।


ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”


ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, “ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ?”


ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।”


ଏଥିଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଚକ୍ଷୁ ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା।


ଏଥିଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, “ତୁମ୍ଭେ ଆପଣା ଦାସର ହସ୍ତ ଦ୍ୱାରା ଏହି ମହା ଉଦ୍ଧାର ସାଧନ କରିଅଛ; ଏବେ ମୁଁ ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି।”


ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, “ତୁମ୍ଭ ଖଡ୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ‘ଜଣେ ସ୍ତ୍ରୀ ତାହାକୁ ବଧ କଲା।’” ତହିଁରେ ତାହାର ଯୁବା ଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା।


ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍‍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି।


ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ।


Swiv nou:

Piblisite


Piblisite