Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 11:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 “ମୋʼ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମୋʼ ପରମେଶ୍ଵର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି। ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।

Gade chapit la Kopi

ଓଡିଆ ବାଇବେଲ

19 “ମୋ’ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି ? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

19 ଦାଉଦ କହିଲେ, “ହେ ପରମେଶ୍ୱର, ମୁଁ ଏହି ଜଳକୁ ପାନ କରି ନ ପାରେ। କାରଣ ଯେଉଁ ଲୋକମାନେ ନିଜ ଜୀବନକୁ ବିପନ୍ନ କରି ଏହି ଜଳ ମୋ’ ନିମନ୍ତେ ଆଣି ଅଛନ୍ତି, ମୁଁ ତାହା ପାନ କରିବା ଦ୍ୱାରା ସେମାନଙ୍କ ରକ୍ତ ପାନ କରିବା ସଦୃଶ ହେବ।” ସେଥି ନିମନ୍ତେ ଦାଉଦ ସେହି ଜଳପାନ କରିବାକୁ ମନା କଲେ। ଏହିପରି ଏହି ତିନି ବୀର ଅନେକ ଦୁଃସାହସିକ କାର୍ଯ୍ୟମାନ କରିଥିଲେ।

Gade chapit la Kopi




1 ବଂଶାବଳୀ 11:19
16 Referans Kwoze  

ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ ବହୁମୂଲ୍ୟ ହେବ।


ପୁଣି ସେ କହିଲେ, “ହେ ସଦାପ୍ରଭୋ, ମୁଁ ଯେ ଏ କର୍ମ କରିବି, ଏହା ମୋʼ ଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ।” ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।


ଆମ୍ଭେମାନେ ମଧ୍ୟ କାହିଁକି ପ୍ରତ୍ୟେକ ଦଣ୍ଡରେ ବିପଦର ସମ୍ମୁଖୀନ ହେଉ?


ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୁଦୀମାନଙ୍କ ମଣ୍ଡଳୀ-ସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି;


କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ।


ଆଉ, ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ।


ମୋʼ ତମ୍ବୁସ୍ଥିତ ଲୋକେ କି କହି ନ ଥାʼନ୍ତି, ‘ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇ ପାରେ?’


ଏଥିରେ ନାବୋତ ଆହାବଙ୍କୁ କହିଲା, “ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ।”


କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦଙ୍କୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?”


କାରଣ ମୋର ପିତା ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିଥିଲେ ଓ ପ୍ରାଣପଣ କରି ମିଦୀୟନର ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ;


ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା। ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)।


ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;


ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍‍) ସରକ୍ତ ମାଂସ ଖାଇବ ନାହିଁ।


ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ,


ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।


Swiv nou:

Piblisite


Piblisite