Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଗତ ଦିନରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କର ଅଗ୍ରଣୀ ହେବ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଗତ କାଳରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କର ଅଗ୍ରଣୀ ହେବ।

Gade chapit la Kopi

ଓଡିଆ ବାଇବେଲ

2 ଗତ ଦିନରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କର ଅଗ୍ରଣୀ ହେବ।

Gade chapit la Kopi

ପବିତ୍ର ବାଇବଲ

2 ଯେତେବେଳେ ଶାଉଲ ରାଜା ଥିଲେ, ତୁମ୍ଭେ ଆମ୍ଭମାନଙ୍କର ନେତୃତ୍ୱ ନେଇ ଇସ୍ରାଏଲକୁ ଆଣିଲ। ସଦାପ୍ରଭୁ ତୁମ୍ଭକୁ କହିଲେ, ‘ଦାଉଦ, ତୁମ୍ଭେ ଆମ୍ଭର ଲୋକମାନଙ୍କର ମୁଖ୍ୟ ହେବ।’”

Gade chapit la Kopi




1 ବଂଶାବଳୀ 11:2
16 Referans Kwoze  

ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”


ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି;


ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ।


ଆମ୍ଭେ ସମୁଦାୟ ଇସ୍ରାଏଲ ସନ୍ତାନ ସହିତ ଯେଉଁସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକ ଇସ୍ରାଏଲକୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା ଦେଇଥିଲୁ, ଇସ୍ରାଏଲର ଏପରି କୌଣସି ବଂଶକୁ, ତୁମ୍ଭେମାନେ କାହିଁକି ଆମ୍ଭ ନିମନ୍ତେ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କି ଆମ୍ଭେ କହିଅଛୁ?’


“ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଆସିବେ।”


ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ ହେବେ।


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।


ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।


ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।


ତୁମ୍ଭେ ଯାଇ ଯାରବୀୟାମକୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଆମ୍ଭେ ଲୋକମାନଙ୍କ ମଧ୍ୟରୁ ତୁମ୍ଭକୁ ଉନ୍ନତ କରି ଆମ୍ଭ ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ;


ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?”


ଏହେତୁ ଶାଉଲ ଆପଣା ନିକଟରୁ ତାଙ୍କୁ ଅନ୍ତର କରି ତାଙ୍କୁ ସହସ୍ର ଉପରେ ଆପଣାର ସେନାପତି କଲେ; ଆଉ ସେ ଲୋକମାନଙ୍କ ସମ୍ମୁଖରେ ଗତାୟାତ କଲେ।


ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସିପାରିବ, ପୁଣି, ଯେ ସେମାନଙ୍କର ପଥପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।”


Swiv nou:

Piblisite


Piblisite