Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କ ସହ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାଙ୍କର ସହାୟ ଥିଲେ।

Gade chapit la Kopi

ଓଡିଆ ବାଇବେଲ

9 ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କ ସହ ଥିଲେ।

Gade chapit la Kopi

ପବିତ୍ର ବାଇବଲ

9 ଦାଉଦ ବୃଦ୍ଧି ପାଇବାକୁ ଲାଗିଲେ। ଏବଂ ସୈନ୍ୟାଧିପତି ସଦାପ୍ରଭୁ ତାଙ୍କ ସହିତରେ ଥିଲେ।

Gade chapit la Kopi




1 ବଂଶାବଳୀ 11:9
13 Referans Kwoze  

ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?


ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।


ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ ଥିଲେ ଓ ତାହାର ଯଶ ସର୍ବ ପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ।


ପୂର୍ବକାଳରେ ଇଲୀୟାସରର ପୁତ୍ର ପୀନହସ୍‍ ସେମାନଙ୍କର ଅଧ୍ୟକ୍ଷ ଥିଲା, ଆଉ ସଦାପ୍ରଭୁ ତାହାର ସହବର୍ତ୍ତୀ ଥିଲେ।


ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା]


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।


ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍‍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ।


Swiv nou:

Piblisite


Piblisite