Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, ଯେବେ ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ କତିକି ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯେବେ ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ଵର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

17 ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋ’ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋ’ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋ’ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

17 ଦାଉଦ ସେମାନଙ୍କୁ ସାକ୍ଷାତ କରିବାକୁ ଗଲେ। ଦାଉଦ ସେମାନଙ୍କୁ କହିଲେ, “ଯଦି ତୁମ୍ଭେ ଶାନ୍ତି ସହକାରେ ମୋତେ ସାହାଯ୍ୟ କରିବାକୁ ଆସିଅଛ, ତେବେ ମୁଁ ତୁମ୍ଭକୁ ସ୍ୱାଗତ କରୁଅଛି। ମୋ’ ସହିତ ସହଯୋଗ କର। କିନ୍ତୁ ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନ ଥିବା ସତ୍ତ୍ୱେ ଯଦି ତୁମ୍ଭେ ମୋ’ ବିରୁଦ୍ଧରେ ଗୁପ୍ତଚର ବୃତ୍ତି କରିବାକୁ ଆସିଅଛ, ତେବେ ଆମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କର ପରମେଶ୍ୱର ତାହା ଦେଖନ୍ତୁ ଓ ସେ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।”

Gade chapit la Kopi




1 ବଂଶାବଳୀ 12:17
24 Referans Kwoze  

କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ।


ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;


ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,


ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ବର ତୁମ୍ଭମାନଙ୍କ ସହିତ ରହିବେ।


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।


ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।


ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ?”


ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;


ହେ ସଦାପ୍ରଭୋ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।


ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ, ମୋʼ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋʼ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟବିଚାର କର।


ଏଥିଉତ୍ତାରେ ଯେହୂ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍‍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, “ଯେପରି ତୁମ୍ଭ ପ୍ରତି ମୋʼ ମନ ସରଳ, ସେପରି ତୁମ୍ଭ ମନ କି ମୋʼ ପ୍ରତି ଅଛି?” ଏଥିରେ ଯିହୋନାଦବ୍‍ ଉତ୍ତର କଲା, “ହଁ, ଅଛି।” “ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ।” ତହୁଁ ଯିହୋନାଦବ୍‍ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା ନିକଟକୁ ରଥ ଉପରକୁ ନେଲେ।


ପୁଣି ଯୋରାମ୍‍ ଯେହୂଙ୍କୁ ଦେଖନ୍ତେ, ତାଙ୍କୁ ପଚାରିଲେ, “ଯେହୂ କୁଶଳ କି?” ତହିଁରେ; ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ତୁମ୍ଭ ମାତା ଈଷେବଲ୍‍ର ଏତେ ବ୍ୟଭିଚାର ଓ ମାୟାବୀତ୍ୱ ଅଛି, ସେପର୍ଯ୍ୟନ୍ତ କି କୁଶଳ?”


ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍‍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, “କୁଶଳରେ ଆସିଲ?” ସେ ଉତ୍ତର କଲା, “କୁଶଳରେ।”


ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ।


ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା।


ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥଲିହିମରେ ଉପସ୍ଥିତ ହେଲେ। ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, “ଆପଣଙ୍କ ଆଗମନ କୁଶଳ?”


ଏହି ବିଷୟରେ ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କ ପୈତୃକ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ,” ସେତେବେଳେ ଯାକୁବ ଆପଣା ପିତା ଇସ୍‌ହାକର ଭୟସ୍ଥାନର ଶପଥ କଲା।


ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥାʼନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ଖାଲି ହାତରେ ବିଦାୟ କରିଥାʼନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”


ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।


ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।


Swiv nou:

Piblisite


Piblisite