Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶିୟମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, “ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶୀୟ-ମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ।

Gade chapit la Kopi

ଓଡିଆ ବାଇବେଲ

19 ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶିୟମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, “ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ।”

Gade chapit la Kopi

ପବିତ୍ର ବାଇବଲ

19 ମନଃଶୀୟ ଗୋଷ୍ଠୀର କେତେକ ବ୍ୟକ୍ତି ମଧ୍ୟ ଦାଉଦଙ୍କ ସହିତ ଯୋଗ ଦେଲେ। ଦାଉଦ ଯେତେବେଳେ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯାଇଥିଲେ, ସେତେବେଳେ ସେମାନେ ତାହାଙ୍କ ସହିତ ଯୋଗ ଦେଇଥିଲେ। କିନ୍ତୁ ଦାଉଦ ଓ ତାଙ୍କ ଲୋକମାନେ ପ୍ରକୃତରେ ପଲେଷ୍ଟୀୟମାନଙ୍କୁ ସାହାଯ୍ୟ କରି ନ ଥିଲେ। ଦାଉଦ ଯେ ସେମାନଙ୍କୁ ସାହାଯ୍ୟ କରୁଅଛନ୍ତି, ଏହା ପଲେଷ୍ଟୀୟ ନେତାମାନେ କଥାବାର୍ତ୍ତା ହେଉଥିଲେ, କିନ୍ତୁ ତା'ପରେ ସେମାନେ ତାହାଙ୍କୁ ପଠାଇଦେବା ନିମନ୍ତେ ସ୍ଥିର କଲେ। ସେହି ଶାସକମାନେ କହିଲେ, “ଯଦି ଦାଉଦ ତାଙ୍କ ମୁନିବ ଶାଉଲଙ୍କ ପାଖକୁ ଫେରିଯାଏ, ତେବେ ଆମ୍ଭମାନଙ୍କର ମୁଣ୍ଡକାଟ ହେବ!”

Gade chapit la Kopi




1 ବଂଶାବଳୀ 12:19
7 Referans Kwoze  

ଏହେତୁ ତୁମ୍ଭେ ଓ ତୁମ୍ଭ ସହିତ ଆଗତ ତୁମ୍ଭ ପ୍ରଭୁର ଦାସମାନେ ଅତି ପ୍ରଭାତରେ ଉଠ ଓ ଅତି ପ୍ରଭାତରେ ଉଠିଲାକ୍ଷଣି ଆଲୁଅ ହେଲେ ପ୍ରସ୍ଥାନ କର।”


ଦାଉଦ ସିକ୍ଲଗ୍‍କୁ ଯିବା ବେଳେ ମନଃଶି ସମ୍ବନ୍ଧୀୟ ଅଦ୍ନହ, ଯୋଷାବଦ୍‍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍‍, ଇଲୀହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ।


ତହିଁରେ ସେ ଗୃହାଧ୍ୟକ୍ଷ କହିଲା, “ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ୱର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତ ଧନ ଦେଇଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋʼ ପାଖରେ ଥିଲା।” ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା।


ମାତ୍ର ସଦାପ୍ରଭୁଙ୍କ ଆତ୍ମା ଗିଦିୟୋନ୍‍ଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ତୂରୀ ବଜାଇଲେ; ତହିଁରେ ଅବୀୟେଷ୍ରୀୟ (ବଂଶ) ତାଙ୍କ ପଛେ ଏକତ୍ର ହେଲେ।


ଆଉ ଅବଶାଲୋମ ଯୋୟାବ ବଦଳରେ ଅମାସାଙ୍କୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲ ସହିତ ସହବାସ କରିଥିଲା।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ୱାଳାରେ ଜ୍ୱଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ଡ କୋପରେ ଜ୍ୱଳୁଅଛୁ।


Swiv nou:

Piblisite


Piblisite