Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଦାଉଦ ସିକ୍ଲଗ୍‍କୁ ଯିବା ବେଳେ ମନଃଶି ସମ୍ବନ୍ଧୀୟ ଅଦ୍ନହ, ଯୋଷାବଦ୍‍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍‍, ଇଲୀହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଦାଉଦ ସିକ୍ଳଗ୍କୁ ଯିବା ବେଳେ ମନଃଶି ସମ୍ଵନ୍ଧୀୟ ଅଦ୍ନହ ଓ ଯୋଷାବଦ୍ ଓ ଯିଦୀୟେଲ ଓ ମୀଖାୟେଲ ଓ ଯୋଷାବଦ୍ ଓ ଇଲିହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ।

Gade chapit la Kopi

ଓଡିଆ ବାଇବେଲ

20 ଦାଉଦ ସିକ୍ଲଗ୍‍କୁ ଯିବା ବେଳେ ମନଃଶି ସମ୍ବନ୍ଧୀୟ ଅଦ୍ନହ, ଯୋଷାବଦ୍‍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍‍, ଇଲୀହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ।

Gade chapit la Kopi

ପବିତ୍ର ବାଇବଲ

20 ଦାଉଦ ସିକ୍ଳଗ ସହରକୁ ଯିବା ବେଳେ ମନଃଶିର ଏହି ଲୋକମାନେ ତାଙ୍କ ସହିତ ଯୋଗ ଦେଇଥିଲେ; ଅ‌ଦ୍‌ନହ, ଯୋଷାବଦ୍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍, ଇଲିହୂ, ଓ ସିଲ୍ଲଥୟ। ଯେଉଁମାନେ ମନଃଶିର 1,000 ଜଣ ସୈନ୍ୟଙ୍କର ମୁଖ୍ୟ ଥିଲେ।

Gade chapit la Kopi




1 ବଂଶାବଳୀ 12:20
9 Referans Kwoze  

ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।


ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକୁ, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।”


ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।


ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍‍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କର।


ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, “ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି?” ତହୁଁ ଆଖୀଶ୍‍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, “ଏ କʼଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋʼ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ।”


ଇଲୀଐନୟ, ସିଲ୍ଲଥୟ, ଇଲୀୟେଲ୍‍,


ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶିୟମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, “ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ।”


ଆଉ ସେମାନେ ଲୁଟକାରୀ ଦଳ ବିରୁଦ୍ଧରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେମାନେ ସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ।


ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, “ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ?


Swiv nou:

Piblisite


Piblisite