Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ କତିକି ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।

Gade chapit la Kopi

ଓଡିଆ ବାଇବେଲ

23 ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।

Gade chapit la Kopi

ପବିତ୍ର ବାଇବଲ

23 ହିବ୍ରୋଣ ସହରରେ ଦାଉଦଙ୍କ ନିକଟକୁ ଆସିଥିବା ଲୋକମାନଙ୍କର ସଂଖ୍ୟା ଏହିପରି ଥିଲା। ଏହି ଲୋକମାନେ ଯୁଦ୍ଧ ନିମନ୍ତେ ସଦା ପ୍ରସ୍ତୁତ ଥିଲେ। ସେମାନେ ଶାଉଲଙ୍କ ରାଜ୍ୟକୁ ଦାଉଦଙ୍କ ହସ୍ତରେ ଅର୍ପଣ କରିବାକୁ ଆସିଥିଲେ। ଏହା ହିଁ ଘଟିବ ବୋଲି ସଦାପ୍ରଭୁ କହିଥିଲେ। ସେମାନଙ୍କ ସଂଖ୍ୟା ଏହିପରି ଥିଲା।

Gade chapit la Kopi




1 ବଂଶାବଳୀ 12:23
13 Referans Kwoze  

ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ।


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ପୁଣି, ଯିଶୀକୁ ସେ ବଳିଦାନ ପାଇଁ ନିମନ୍ତ୍ରଣ କର, ତହିଁରେ ତୁମ୍ଭର ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା, ପୁଣି, ଆମ୍ଭେ ଯାହାକୁ କହିବା, ତୁମ୍ଭେ ଆମ୍ଭ ପାଇଁ ତାହାକୁ ଅଭିଷେକ କରିବ।”


“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”


ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ।


ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ‘ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ୱାରା ଆପଣା ଇସ୍ରାଏଲ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା।’”


ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ।


ତହିଁ ଉତ୍ତାରେ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।


Swiv nou:

Piblisite


Piblisite