Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 13:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋʼ ନିକଟକୁ ଗୃହକୁ ଆଣିବି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ ଦାଉଦ ସେହି ଦିନ ପରମେଶ୍ଵରଙ୍କ ବିଷୟରେ ଭୟ ପାଇ କହିଲେ, ମୁଁ କିରୂପେ ପରମେଶ୍ଵରଙ୍କ ସିନ୍ଦୁକ ମୋʼ କତିକି ଗୃହକୁ ଆଣିବି?

Gade chapit la Kopi

ଓଡିଆ ବାଇବେଲ

12 ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋ’ ନିକଟକୁ ଗୃହକୁ ଆଣିବି ?”

Gade chapit la Kopi

ପବିତ୍ର ବାଇବଲ

12 ସେହି ଦିନ ଦାଉଦ ପରମେଶ୍ୱରଙ୍କୁ ଭୟ କଲେ। ଦାଉଦ କହିଲେ, “ମୁଁ ଏଠାକୁ ମୋ’ ନିକଟକୁ ନିୟମସିନ୍ଦୁକକୁ ଆଣିପାରିବି ନାହିଁ।”

Gade chapit la Kopi




1 ବଂଶାବଳୀ 13:12
12 Referans Kwoze  

ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। ଅଇନ୍‍।


ମାତ୍ର, ପରମେଶ୍ୱର କʼଣ ପୃଥିବୀରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋʼ ନିର୍ମିତ ଏହି ଗୃହ କʼଣ ପାରିବ?


ଆହୁରି ବେଥ୍-ଶେମଶୀୟ ଲୋକମାନେ କହିଲେ, “ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ?”


ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି।


ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!”


ପୁଣି, ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ “ପେରସ-ଉଷ” ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।


ତହୁଁ ଦାଉଦ ଦାଉଦ-ନଗରକୁ ଆପଣା ନିକଟକୁ ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ୱସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ।


ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ।


Swiv nou:

Piblisite


Piblisite