Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 14:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି, ଦାଉଦ ଆଜ୍ଞା କରନ୍ତେ, ସେହି ସବୁ ଅଗ୍ନିରେ ଦଗ୍ଧ କରାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି ଦାଉଦ ଆଜ୍ଞା କରନ୍ତେ, ସେସବୁ ଅଗ୍ନିରେ ଦଗ୍ଧ କରାଗଲା।

Gade chapit la Kopi

ଓଡିଆ ବାଇବେଲ

12 ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି, ଦାଉଦ ଆଜ୍ଞା କରନ୍ତେ, ସେହିସବୁ ଅଗ୍ନିରେ ଦଗ୍ଧ କରାଗଲା।

Gade chapit la Kopi

ପବିତ୍ର ବାଇବଲ

12 ପଲେଷ୍ଟୀୟ ଲୋକମାନେ ବାଲ୍-ପରାସୀ‌‌ମ୍‌‌ଠାରେ ସେମାନଙ୍କର ପ୍ରତିମାମାନଙ୍କୁ ଛାଡ଼ି ପଳାଇଗଲେ। ସେହି ପ୍ରତିମାମାନଙ୍କୁ ଜ୍ୱଳାଇ ଦେବା ନିମନ୍ତେ ଦାଉଦ ତାଙ୍କର ଲୋକମାନଙ୍କୁ ଆଦେଶ ଦେଲେ।

Gade chapit la Kopi




1 ବଂଶାବଳୀ 14:12
10 Referans Kwoze  

ପୁଣି, ସେମାନଙ୍କ ନିର୍ମିତ ବାଛୁରି ଘେନି ଅଗ୍ନିରେ ପୋଡ଼ିଲେ ଓ ତାହା ପେଷି ଧୂଳି କଲେ, ଆଉ ଜଳ ଉପରେ ବିଞ୍ଚି ଦେଇ ଇସ୍ରାଏଲ-ସନ୍ତାନଗଣକୁ ପିଆଇଲେ।


ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ।


ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହି ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;


ମାତ୍ର ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ ବ୍ୟବହାର କରିବ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ହାଣି ପକାଇବ, ପୁଣି ସେମାନଙ୍କ ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ।


ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ।


ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେହି ସବୁ ଦଗ୍ଧ କଲେ।


ତହୁଁ ସେମାନେ ବାଲ୍‍-ପରାସୀମ୍‍କୁ ଆସନ୍ତେ, ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ତହିଁରେ ଦାଉଦ କହିଲେ, “ପରମେଶ୍ୱର ମୋʼ ହସ୍ତରେ ମୋହର ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେମାନେ ସେହି ସ୍ଥାନର ନାମ “ବାଲ୍‍-ପରାସୀମ୍‍” ରଖିଲେ।


ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ତଳିଭୂମିରେ ଚଢ଼ାଉ କଲେ।


ପୁଣି ସେମାନେ ବାଲ୍‍ ମନ୍ଦିରରୁ ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ।


Swiv nou:

Piblisite


Piblisite