Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 15:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆହୁରି ଦାଉଦ ଆପଣା ପାଇଁ ଦାଉଦ ନଗରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ୱରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ବୁ ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆହୁରି ଦାଉଦ ଆପଣା ପାଇଁ ଦାଉଦ-ନଗରରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ଵରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ଵୁ ସ୍ଥାପନ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଆହୁରି ଦାଉଦ ଆପଣା ପାଇଁ ଦାଉଦ ନଗରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ୱରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ବୁ ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ

1 ଦାଉଦ ଆପଣା ନିମନ୍ତେ ଦାଉଦ ନଗରରେ ଗୃହମାନ ନିର୍ମାଣ କଲେ। ଏହା ପରେ ସେ ନିୟମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କଲେ। ସେ ସେଥି ନିମନ୍ତେ ଏକ ତମ୍ବୁ ନିର୍ମାଣ କଲେ।

Gade chapit la Kopi




1 ବଂଶାବଳୀ 15:1
14 Referans Kwoze  

ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”


ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ।


ଦାଉଦ ଈଶ୍ବରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଈଶ୍ବରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ।


ଆଉ ରାଜା କହିଲେ, “ସେ ଫେରି ଆପଣା ଘରକୁ ଯାଉ, ମାତ୍ର ସେ ମୋହର ମୁଖ ନ ଦେଖୁ।” ତହିଁରେ ଅବଶାଲୋମ ଆପଣା ଗୃହକୁ ଫେରିଗଲା ଓ ରାଜାଙ୍କର ମୁଖ ଦେଖିଲା ନାହିଁ।


ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।


ଏଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଭିତରକୁ ଆଣି ସେହି ସ୍ଥାନରେ, ଅର୍ଥାତ୍‍, ତହିଁ ପାଇଁ ଦାଉଦ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ତହୁଁ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


(ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।


“ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”


ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍‍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍‍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।


ମାତ୍ର ଦାଉଦ କିରୀୟଥ୍‍-ଯିୟାରୀମ୍‍ଠାରୁ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ବୁ ସ୍ଥାପନ କରିଥିଲେ।


ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ-ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ।


Swiv nou:

Piblisite


Piblisite