Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 15:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହୁଁ ଯାଜକମାନେ ଓ ଲେବୀୟମାନେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ଆଣିବା ନିମନ୍ତେ ଆପଣାମାନଙ୍କୁ ପବିତ୍ର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହୁଁ ଯାଜକମାନେ ଓ ଲେବୀୟମାନେ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ସିନ୍ଦୁକ ଆଣିବା ନିମନ୍ତେ ଆପଣାମାନଙ୍କୁ ପବିତ୍ର କଲେ।

Gade chapit la Kopi

ଓଡିଆ ବାଇବେଲ

14 ତହୁଁ ଯାଜକମାନେ ଓ ଲେବୀୟମାନେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ଆଣିବା ନିମନ୍ତେ ଆପଣାମାନଙ୍କୁ ପବିତ୍ର କଲେ।

Gade chapit la Kopi

ପବିତ୍ର ବାଇବଲ

14 ଏହା ପରେ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିୟମସିନ୍ଦୁକକୁ ବହି ନେଇଯିବା ନିମନ୍ତେ ଯାଜକ ଓ ଲେବୀୟମାନେ ନିଜକୁ ପବିତ୍ର କଲେ।

Gade chapit la Kopi




1 ବଂଶାବଳୀ 15:14
8 Referans Kwoze  

ମାତ୍ର ଯାଜକମାନେ ଅଳ୍ପସଂଖ୍ୟକ ଥିବାରୁ ସେମାନେ ହୋମାର୍ଥକ ସକଳ ପଶୁର ଚର୍ମ କାଢ଼ି ପାରିଲେ ନାହିଁ। ଏଣୁ କାର୍ଯ୍ୟ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ଯାଜକମାନେ ଆପଣାମାନଙ୍କୁ ପବିତ୍ର ନ କରିବା ପର୍ଯ୍ୟନ୍ତ ସେମାନଙ୍କ ଭ୍ରାତା ଲେବୀୟମାନେ ସେମାନଙ୍କର ସାହାଯ୍ୟ କଲେ; କାରଣ ଲେବୀୟମାନେ ଆପଣାମାନଙ୍କୁ ପବିତ୍ର କରିବା ପାଇଁ ଯାଜକମାନଙ୍କ ଅପେକ୍ଷା ଅଧିକ ସିଦ୍ଧମନା ଥିଲେ।


ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।


“ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”


ପୁଣି, ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ୱରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ୱାରା ଆପଣା ଆପଣା କାନ୍ଧରେ ବୋହିଲେ।


ଉପସ୍ଥିତ ଯାଜକ ସମସ୍ତେ ଆପଣାମାନଙ୍କୁ ପବିତ୍ର କରିଥିଲେ ଓ ଆପଣା ଆପଣା ପାଳିର କର୍ମ କରୁ ନ ଥିଲେ।


ପୁଣି, ଯାଜକମାନେ ଓ ଲେବୀୟମାନେ ଆପଣା ଆପଣାକୁ ଶୁଚି କଲେ; ଆଉ, ସେମାନେ ଲୋକମାନଙ୍କୁ ଓ ଦ୍ୱାରସବୁ ଓ ପ୍ରାଚୀର ଶୁଚି କଲେ।


Swiv nou:

Piblisite


Piblisite