Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 15:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ୱରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ୱାରା ଆପଣା ଆପଣା କାନ୍ଧରେ ବୋହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ଵରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ଵାରା ଆପଣା ଆପଣା କାନ୍ଧରେ ବହିଲେ।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ୱରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ୱାରା ଆପଣା ଆପଣା କାନ୍ଧରେ ବୋହିଲେ।

Gade chapit la Kopi

ପବିତ୍ର ବାଇବଲ

15 ମୋଶା ଯେଉଁପରି ଆଦେଶ ଦେଇଥିଲେ, ସେହିପରି ଭାବରେ ନିୟମସିନ୍ଦୁକକୁ ବହି ନେଇଯିବା ନିମନ୍ତେ ଲେବୀୟମାନେ ବିଶେଷ କାଷ୍ଠଦଣ୍ଡ ବ୍ୟବହାର କଲେ। ସଦାପ୍ରଭୁ ଯେଉଁପରି କହିଥିଲେ, ଠିକ୍ ସେହିପରି ସେମାନେ ନିୟମସିନ୍ଦୁକକୁ ବହି ନେଲେ।

Gade chapit la Kopi




1 ବଂଶାବଳୀ 15:15
12 Referans Kwoze  

ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।


ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ।


ପୁଣି ସେହି ସାଙ୍ଗୀ ଏତେ ଲମ୍ବ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି।


ଆଉ ସେହି ସାଙ୍ଗୀ ଏତେ ଦୀର୍ଘ ଥିଲା ଯେ, ତହିଁର ଅଗ୍ରଭାଗ ମହାପବିତ୍ର ସ୍ଥାନ ସମ୍ମୁଖସ୍ଥ ପବିତ୍ର ସ୍ଥାନରୁ ଦେଖାଗଲା; ମାତ୍ର ବାହାରେ ଦେଖାଗଲା ନାହିଁ। ଆଜି ପର୍ଯ୍ୟନ୍ତ ତାହା ସେଠାରେ ଅଛି।


ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ;


ଆଉ, ସଦାପ୍ରଭୁଙ୍କ ସିନ୍ଦୁକ-ବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ।


ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା।


ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।


ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍‍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍‍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।


Swiv nou:

Piblisite


Piblisite