Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥିଉତ୍ତାରେ ସେମାନେ ପରମେଶ୍ଵରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ଵୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

Gade chapit la Kopi

ପବିତ୍ର ବାଇବଲ

1 ତା'ପରେ ସେମାନେ ନିୟମସିନ୍ଦୁକକୁ ବୋହି ଆଣିଲେ ଓ ତମ୍ବୁ ଭିତରେ ରଖିଲେ, ଯାହାକି ଦାଉଦ ପ୍ରସ୍ତୁତ କରିଥିଲେ। ଏହା ପରେ ସେମାନେ ପରମେଶ୍ୱରଙ୍କ ଆଗରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

Gade chapit la Kopi




1 ବଂଶାବଳୀ 16:1
14 Referans Kwoze  

ଆହୁରି ଦାଉଦ ଆପଣା ପାଇଁ ଦାଉଦ ନଗରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ୱରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ବୁ ସ୍ଥାପନ କଲେ।


ମାତ୍ର ଦାଉଦ କିରୀୟଥ୍‍-ଯିୟାରୀମ୍‍ଠାରୁ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ବୁ ସ୍ଥାପନ କରିଥିଲେ।


“ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”


ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।


ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍‍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,


ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।


ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ।


ଏଉତ୍ତାରେ ରାଜା ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ସମ୍ମୁଖରେ ବଳି ଉତ୍ସର୍ଗ କଲେ।


ଲେବୀର ପୁତ୍ର ଗେର୍ଶୋମ, କହାତ ଓ ମରାରି ଥିଲେ।


ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ।


Swiv nou:

Piblisite


Piblisite