Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।

Gade chapit la Kopi

ଓଡିଆ ବାଇବେଲ

10 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।

Gade chapit la Kopi

ପବିତ୍ର ବାଇବଲ

10 ପରମେଶ୍ୱରଙ୍କ ପବିତ୍ର ନାମ ପାଇଁ ଗର୍ବ କର। ହେ ସଦାପ୍ରଭୁଙ୍କ ନିକଟକୁ ଆସୁଥିବା ଜନବୃନ୍ଦ, ଆନନ୍ଦିତ ହୁଅ।

Gade chapit la Kopi




1 ବଂଶାବଳୀ 16:10
16 Referans Kwoze  

ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।


ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।


ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।


ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।”


ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ‘ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର,’ ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।


ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।


ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକର୍ମ ବିଷୟରେ କଥୋପକଥନ କର।


ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।


ଏଣୁ, ଏବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ଅନ୍ତଃକରଣ ଓ ପ୍ରାଣ ନିବେଶ କର; ଆଉ ଉଠ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମିତ ହେବ, ସେଠାକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ପରମେଶ୍ୱରଙ୍କ ପବିତ୍ର ପାତ୍ରସକଳ ଆଣିବା ପାଇଁ ସଦାପ୍ରଭୁ ପରମେଶ୍ୱରଙ୍କର ଆବାସ ନିର୍ମାଣ କର।”


ତହିଁରେ ସମଗ୍ର ଯିହୁଦା ସେହି ଶପଥରେ ଆନନ୍ଦ କଲେ; କାରଣ ସେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ସହିତ ଶପଥ କରିଥିଲେ ଓ ଆପଣା ଆପଣାର ସମ୍ପୂର୍ଣ୍ଣ ଇଚ୍ଛାରେ ତାହାଙ୍କର ଅନ୍ୱେଷଣ କଲେ, ଏଣୁ ସେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇଲେ; ପୁଣି ସଦାପ୍ରଭୁ ସେମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।


ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।


ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ।


Swiv nou:

Piblisite


Piblisite