Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସମୁଦାୟ ପୃଥିବୀ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ସମୁଦାୟ ପୃଥିବୀ ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।

Gade chapit la Kopi

ଓଡିଆ ବାଇବେଲ

30 ସମୁଦାୟ ପୃଥିବୀ ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।

Gade chapit la Kopi

ପବିତ୍ର ବାଇବଲ

30 ତାଙ୍କ ସମ୍ମୁଖରେ ସମସ୍ତ ପୃଥିବୀ କମ୍ପମାନ ହୁଅ। କିନ୍ତୁ ସେ ପୃଥିବୀକୁ ସଶକ୍ତ କଲେ, ଯେପରି ଏହା ନ ହଲେ।

Gade chapit la Kopi




1 ବଂଶାବଳୀ 16:30
15 Referans Kwoze  

ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା ମାତ୍ରେ ସ୍ଥିତି ହେଲା।


ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,


ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।


ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି।


ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;


ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ।


କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।


ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।


ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର।


ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, “ସଦାପ୍ରଭୁ ରାଜ୍ୟ କରନ୍ତି।”


ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ


ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।


Swiv nou:

Piblisite


Piblisite