Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଅନାଦି କାଳରୁ ଅନ; କାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, ଆମେନ୍ ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।

Gade chapit la Kopi

ଓଡିଆ ବାଇବେଲ

36 ଅନାଦି କାଳରୁ ଅନନ୍ତ କାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।

Gade chapit la Kopi

ପବିତ୍ର ବାଇବଲ

36 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଯୁଗେ ଯୁଗେ ପ୍ରଶଂସା କର। ତା'ପରେ ସମସ୍ତ ଲୋକ କହିଲେ, “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।

Gade chapit la Kopi




1 ବଂଶାବଳୀ 16:36
12 Referans Kwoze  

ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,


ତହୁଁ ଏଜ୍ରା ମହାନ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍‍, ଆମେନ୍‍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ।


“ଯେଉଁ ସଦାପ୍ରଭୁ ଆପଣାର ସକଳ ପ୍ରତିଜ୍ଞାନୁସାରେ ନିଜ ଲୋକ ଇସ୍ରାଏଲକୁ ବିଶ୍ରାମ ଦେଇଅଛନ୍ତି, ସେ ଧନ୍ୟ ହେଉନ୍ତୁ; ସେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେ ଯେ ପ୍ରତିଜ୍ଞା କରିଥିଲେ, ସେହି ସକଳ ଉତ୍ତମ ପ୍ରତିଜ୍ଞାର ଏକ କଥା ହିଁ ବିଫଳ ହୋଇ ନାହିଁ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


ନତୁବା ତୁମ୍ଭେ ଯଦି ଆତ୍ମା ଦ୍ୱାରା ଧନ୍ୟବାଦ ଦିଅ, ତେବେ ସାଧାରଣ ଲୋକ ତୁମ୍ଭ କଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ୟବାଦରେ ଆମେନ୍‍ କହିବ?


ଅର୍ଥାତ୍‍, ଯିରିମୀୟ ଭବିଷ୍ୟଦ୍‍ବକ୍ତା ଏହା କହିଲେ, “ଆମେନ୍‍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ। ପୁଣି, ସମୁଦାୟ ଲୋକ “ଆମେନ୍‍” କୁହନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।


ଯେଶୂୟ ଓ କଦ୍‍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦିକାଳରୁ ଅନନ୍ତକାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।


Swiv nou:

Piblisite


Piblisite