Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍‍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ପୁଣି ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ୍ ଓ ଯିଦୂଥୂନ୍; ପୁଣି ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ।

Gade chapit la Kopi

ଓଡିଆ ବାଇବେଲ

41 ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍‍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ।

Gade chapit la Kopi

ପବିତ୍ର ବାଇବଲ

41 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର ଗୀତ ଗାନ କରିବା ନିମନ୍ତେ ହେମନ୍, ଯିଦୂଥୂ‌ନଙ୍କୁ ଓ ଅନ୍ୟ ସମସ୍ତ ଲେବୀୟଗଣଙ୍କୁ ନାମଧରି ମନୋନୀତ କରାଯାଇଥିଲା, “କାରଣ ସଦାପ୍ରଭୁଙ୍କ ପ୍ରେମ ଅନନ୍ତକାଳସ୍ଥାୟୀ।”

Gade chapit la Kopi




1 ବଂଶାବଳୀ 16:41
21 Referans Kwoze  

ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା


ପୁଣି, ସେମାନେ ସଦାପ୍ରଭୁଙ୍କୁ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ, ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ୱରରେ ଜୟଧ୍ୱନି କଲେ।


ପୁଣି ସେ ଲୋକମାନଙ୍କ ସହିତ ପରାମର୍ଶ କଲା ଉତ୍ତାରେ ସୈନ୍ୟଶ୍ରେଣୀର ଆଗେ ଆଗେ ସେମାନଙ୍କ ଗମନ କାଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବାକୁ ଓ ଧର୍ମସୌନ୍ଦର୍ଯ୍ୟର ପ୍ରଶଂସା କରିବାକୁ, ପୁଣି “ସଦାପ୍ରଭୁଙ୍କର ଧନ୍ୟବାଦ କର, ଯେହେତୁ ତାହାଙ୍କର କରୁଣା ସଦାକାଳସ୍ଥାୟୀ ବୋଲି କହିବାକୁ ଲୋକ ନିଯୁକ୍ତ କଲେ।”


ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, “ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।”


ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;


ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।


ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ।


ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।


ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,


ଆଉ, ଦାଉଦ ଓ ଅଧିପତିମାନେ ଯେଉଁ ନଥୀନୀୟମାନଙ୍କୁ ଲେବୀୟମାନଙ୍କ ସେବାକାର୍ଯ୍ୟ ନିମନ୍ତେ ଦେଇଥିଲେ, ସେମାନଙ୍କ ମଧ୍ୟରୁ ଦୁଇ ଶହ କୋଡ଼ିଏ ଜଣ ନଥୀନୀୟ ଲୋକ ଆଣିଲେ; ଏସମସ୍ତଙ୍କ ନାମ ଲିଖିତ ହେଲା।


ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ


ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ।


ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।”


ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ। ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।


ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ଆଉ, ଭିତର ଦ୍ୱାରର ବାହାରେ ଭିତର ପ୍ରାଙ୍ଗଣରେ ଗାୟକମାନଙ୍କ ପାଇଁ କୋଠରି ଥିଲା, ସେହି ସବୁ ଉତ୍ତର ଦ୍ୱାରର ପାର୍ଶ୍ୱସ୍ଥିତ ଓ ସେହି ସବୁର ମୁଖ ଦକ୍ଷିଣ ପ୍ରତି ଥିଲା; ପୂର୍ବ-ଦ୍ୱାରର ପାର୍ଶ୍ୱସ୍ଥିତ ଗୋଟିଏ କୋଠରିର ମୁଖ ଉତ୍ତର ପ୍ରତି ଥିଲା।


ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି-ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍‍କୁ;


Swiv nou:

Piblisite


Piblisite