Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭେ ଯେତେବେଳେ ମୃତ୍ୟୁଭୋଗ କରିବ ଓ ତୁମ୍ଭର ପୂର୍ବପୁରୁଷମାନଙ୍କ ପାଖକୁ ଯିବ, ସେତେବେଳେ ଆମ୍ଭେ ତୁମ୍ଭର ପୁତ୍ରକୁ ନୂତନ ରାଜା କରିବା। ତୁମ୍ଭର ପୁତ୍ରଗଣଙ୍କ ମଧ୍ୟରୁ ଜଣେ ନୂତନ ରାଜା ହେବ, ଏବଂ ଆମ୍ଭେ ତା'ର ରାଜ୍ୟକୁ ଶକ୍ତିଶାଳୀ କରିବା।

Gade chapit la Kopi




1 ବଂଶାବଳୀ 17:11
21 Referans Kwoze  

ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।


ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ବରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃ-ପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;


ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି-ସ୍ଥାନ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି।


ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି, ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ।


କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।


ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋʼ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି।


ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ, ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି।


ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ କବର ପାଇଲେ।


ନୋହିଲେ ମୋʼ ପ୍ରଭୁ ମହାରାଜ ଆପଣା ପିତୃଲୋକମାନଙ୍କ ସହିତ ଶୟନ କଲା ଉତ୍ତାରେ ମୁଁ ଓ ମୋʼ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।


ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ।


ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର, ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’


ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ ନାଶ କରିବେ ନାହିଁ; ଆଉ ଆମ୍ଭେ ତୁମ୍ଭର ସମୁଦାୟ ଶତ୍ରୁଙ୍କୁ ଅବନତ କରିବା। ଆହୁରି ଆମ୍ଭେ ତୁମ୍ଭକୁ କହୁଅଛୁ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।


ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ କରିବା।


କାରଣ ସଦାପ୍ରଭୁ ଏହି କଥା କହନ୍ତି: ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ,


ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’


ହେ ସଦାପ୍ରଭୋ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ୱସ୍ତତାର ପ୍ରଶଂସା କରିବ।


Swiv nou:

Piblisite


Piblisite