Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି, ତୁମ୍ଭ ପୂର୍ବବର୍ତ୍ତୀ ଶାସକଙ୍କଠାରୁ(ଶାଉଲ) ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି ତୁମ୍ଭ ପୂର୍ବବର୍ତ୍ତୀ ଜନଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;

Gade chapit la Kopi

ଓଡିଆ ବାଇବେଲ

13 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି, ତୁମ୍ଭ ପୂର୍ବବର୍ତ୍ତୀ ଶାସକଙ୍କଠାରୁ(ଶାଉଲ) ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;

Gade chapit la Kopi

ପବିତ୍ର ବାଇବଲ

13 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ। ଶାଉଲ ତୁମ୍ଭ ପୂର୍ବରୁ ରାଜା ଥିଲେ ଓ ଆମ୍ଭେ ଶାଉଲଠାରୁ ଆମ୍ଭର ସମର୍ଥନ ପ୍ରତ୍ୟାହାର କରିନେଲୁ। କିନ୍ତୁ ଆମ୍ଭେ କଦାପି ତୁମ୍ଭ ପ୍ରତି ଆମ୍ଭର ପ୍ରେମକୁ ପରିତ୍ୟାଗ କରିବା ନାହିଁ।

Gade chapit la Kopi




1 ବଂଶାବଳୀ 17:13
16 Referans Kwoze  

କାରଣ ଈଶ୍ବର ଦୂତମାନଙ୍କ ମଧ୍ୟରୁ କାହାକୁ କେବେ ଏହା କହିଅଛନ୍ତି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ?” ପୁନଶ୍ଚ, “ଆମ୍ଭେ ତାହାଙ୍କର ପିତା ହେବା, ଆଉ ସେ ଆମ୍ଭର ପୁତ୍ର ହେବେ?”


କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ।


ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।


ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ କରିବା।


ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ।


ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ।


“ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।”


ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି।


ପୁଣି, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପୁତ୍ର, ଆମ୍ଭର ମନୋନୀତ, ଏହାଙ୍କ ବାକ୍ୟ ଶୁଣ।


ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,


ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା।


ମାତ୍ର, ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନନ୍ତକାଳ ସ୍ଥିର କରିବା ଓ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”


Swiv nou:

Piblisite


Piblisite