Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତଥାପି ହେ ପରମେଶ୍ୱର! ଏହା ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା କହିଅଛ, ଆଉ ହେ ସଦାପ୍ରଭୁ ପରମେଶ୍ୱର! ତୁମ୍ଭେ ମୋତେ ଉଚ୍ଚପଦସ୍ଥ ମନୁଷ୍ୟର ଶ୍ରେଣୀଭୁକ୍ତ ବୋଲି ଜ୍ଞାନ କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତଥାପି ହେ ପରମେଶ୍ଵର ! ଏହା ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘ କାଳର କଥା କହିଅଛ, ଆଉ ହେ ସଦାପ୍ରଭୁ ପରମେଶ୍ଵର ! ତୁମ୍ଭେ ମୋତେ ଉଚ୍ଚପଦସ୍ଥ ମନୁଷ୍ୟର ଶ୍ରେଣୀଭୁକ୍ତ ବୋଲି ଜ୍ଞାନ କରିଅଛ।

Gade chapit la Kopi

ଓଡିଆ ବାଇବେଲ

17 ତଥାପି ହେ ପରମେଶ୍ୱର ! ଏହା ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘ କାଳର କଥା କହିଅଛ, ଆଉ ହେ ସଦାପ୍ରଭୁ ପରମେଶ୍ୱର ! ତୁମ୍ଭେ ମୋତେ ଉଚ୍ଚପଦସ୍ଥ ମନୁଷ୍ୟର ଶ୍ରେଣୀଭୁକ୍ତ ବୋଲି ଜ୍ଞାନ କରିଅଛ।

Gade chapit la Kopi

ପବିତ୍ର ବାଇବଲ

17 ସର୍ବୋପରି, ଭବିଷ୍ୟତରେ ମୋ’ ପରିବାର ପ୍ରତି କ’ଣ ଘଟିବ, ତାହା ମଧ୍ୟ ତୁମ୍ଭେ ମୋତେ ଜାଣିବାକୁ ଦେଲ। ସତେ ଯେପରି ମୁଁ ଜଣେ ଅତି ମହାନ ବ୍ୟକ୍ତି ଅଟେ, ତୁମ୍ଭେ ମୋ’ ପ୍ରତି ସେ ପ୍ରକାର ବ୍ୟବହାର କଲ।

Gade chapit la Kopi




1 ବଂଶାବଳୀ 17:17
13 Referans Kwoze  

ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”


ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,


ଆହୁରି ସଦାପ୍ରଭୁଙ୍କ ଦୃଷ୍ଟିରେ ଏହା କେବଳ କ୍ଷୁଦ୍ର ବିଷୟ; ସେ ମୋୟାବୀୟମାନଙ୍କୁ ମଧ୍ୟ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।


ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ।


ପୁଣି ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତୁମ୍ଭ କୋଳରେ ତୁମ୍ଭ ପ୍ରଭୁର ଭାର୍ଯ୍ୟାମାନଙ୍କୁ ଦେଲୁ, ପୁଣି ଇସ୍ରାଏଲ ଓ ଯିହୁଦା ବଂଶ ମଧ୍ୟ ତୁମ୍ଭକୁ ଦେଲୁ; ଆଉ ଯଦି ଏହା ଅଳ୍ପ ହୋଇଥାʼନ୍ତା, ତେବେ ଆମ୍ଭେ ତୁମ୍ଭକୁ ଆହୁରି ଅନ୍ୟାନ୍ୟ ବିଷୟ ଦେଇଥାʼନ୍ତୁ।


ତଥାପି, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୋ ସଦାପ୍ରଭୋ, ଏହା କʼଣ ମନୁଷ୍ୟର ବ୍ୟବସ୍ଥା?


ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ସଦାପ୍ରଭୁ ପରମେଶ୍ୱର! ମୁଁ କିଏ ଓ ମୋହର ବଂଶ ଅବା କି ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ?


ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ।


Swiv nou:

Piblisite


Piblisite