Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ହେ ସଦାପ୍ରଭୋ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ହେ ସଦାପ୍ରଭୋ ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ଵର କେହି ନାହିଁ।

Gade chapit la Kopi

ଓଡିଆ ବାଇବେଲ

20 ହେ ସଦାପ୍ରଭୁ ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।

Gade chapit la Kopi

ପବିତ୍ର ବାଇବଲ

20 ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ ଆଉ କେହି ନାହାନ୍ତି। ଆଉ କୌଣସି ପରମେଶ୍ୱର ନାହାନ୍ତି। ଆଉ କୌଣସି ଦେବାଦେବୀ ଏପରି ମହତ୍ କର୍ମମାନ କରିବା ଆମ୍ଭେମାନେ କେବେ ଶୁଣି ନାହୁଁ।

Gade chapit la Kopi




1 ବଂଶାବଳୀ 17:20
26 Referans Kwoze  

ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।


ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,


ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ?


ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତକାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,


ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।


ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ; ଆମ୍ଭ ଛଡ଼ା ଆଉ ପରମେଶ୍ୱର ନାହାନ୍ତି; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭର କଟିବନ୍ଧନ କରିବା;


ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ, ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।


ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ?


ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ୱରଙ୍କୁ ତୁଳନା କରିବ? ଅବା କେଉଁ ମୂର୍ତ୍ତିକୁ ତାହାଙ୍କ ସଦୃଶ କରିବ?


ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।


କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇପାରେ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର


ହେ ପ୍ରଭୋ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।


ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।


ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।


ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।


ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଊର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି।


ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ।


“ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି?


ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ।”)


ସେ କହିଲେ, “ଆସନ୍ତାକାଲି କର।” ସେତେବେଳେ ମୋଶା କହିଲେ, “ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ କେହି ନାହାନ୍ତି, ଏହା ଯେପରି ଆପଣ ଜ୍ଞାତ ହୁଅନ୍ତି, ଏଥିପାଇଁ ଆପଣଙ୍କ ବାକ୍ୟାନୁସାରେ ହେଉ।


ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ।


ହେ ସଦାପ୍ରଭୋ! ତୁମ୍ଭେ ଏହି ସକଳ ମହତ୍ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ୍ କର୍ମ ସାଧନ କରିଅଛ।


ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ୍ ଓ ଭୟାନକ କର୍ମ ଦ୍ୱାରା ତୁମ୍ଭର ନାମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।


କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ।


Swiv nou:

Piblisite


Piblisite