Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ୍ ଓ ଭୟାନକ କର୍ମ ଦ୍ୱାରା ତୁମ୍ଭର ନାମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ ଓ ଭୟାନକ କର୍ମ ଦ୍ଵାରା ତୁମ୍ଭର ନାମ କରିବାକୁ ପରମେଶ୍ଵର ଆଗମନ କରିଥିଲେ।

Gade chapit la Kopi

ଓଡିଆ ବାଇବେଲ

21 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି ? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ୍‍ ଓ ଭୟାନକ କର୍ମ ଦ୍ୱାରା ତୁମ୍ଭର ନାମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

21 ଇସ୍ରାଏଲ ପରି ଆଉ କୌଣସି ଦେଶ ଅଛି କି? ନା! ଇସ୍ରାଏଲ ହିଁ ପୃଥିବୀର ଏକମାତ୍ର ଦେଶ ଅଟେ। ଯାହା ନିମନ୍ତେ ତୁମ୍ଭେ ଏପ୍ରକାର ଆଶ୍ଚର୍ଯ୍ୟ କର୍ମମାନ କରିଅଛ। ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ ଓ ତୁମ୍ଭେ ଆମ୍ଭମାନଙ୍କୁ ମୁକ୍ତ କଲ। ତୁମ୍ଭେ ଆପଣାକୁ ମହାନ କରିଅଛ। ତୁମ୍ଭେ ତୁମ୍ଭର ଲୋକମାନଙ୍କ ଅଗ୍ରତରେ ଗମନ କଲ ଓ ଆମ୍ଭମାନଙ୍କ ନିମନ୍ତେ ଅନ୍ୟ ଦେଶୀୟମାନଙ୍କୁ ସେମାନଙ୍କ ଦେଶରୁ ତଡ଼ି ଦେଲ।

Gade chapit la Kopi




1 ବଂଶାବଳୀ 17:21
29 Referans Kwoze  

ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ।


ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତକାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,


ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା।


ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇଅଛନ୍ତି; ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ।


ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,


ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ।


ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ୱାସଭୂମି ଅଟ।


ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ପ୍ରକାଶ କଲ; କାରଣ ମିସରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ।


ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।


ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ବନ୍ଧାଦାସ ହୋଇଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମୁକ୍ତ କଲେ; ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।


ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି?


ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।


ହେ ସଦାପ୍ରଭୋ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।


ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନନ୍ତକାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୋ! ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।


ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ତ୍ୱ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;


Swiv nou:

Piblisite


Piblisite