Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନନ୍ତକାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୋ! ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନ; କାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୋ ! ତୁମ୍ଭେ ସେମାନଙ୍କର ପରମେଶ୍ଵର ହୋଇଅଛ।

Gade chapit la Kopi

ଓଡିଆ ବାଇବେଲ

22 ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନନ୍ତ କାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୁ ! ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।

Gade chapit la Kopi

ପବିତ୍ର ବାଇବଲ

22 ତୁମ୍ଭେ ଚିରକାଳ ନିମନ୍ତେ ଇସ୍ରାଏଲକୁ ଆପଣାର ଲୋକ କରିନେଲ। ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହେଲ।

Gade chapit la Kopi




1 ବଂଶାବଳୀ 17:22
15 Referans Kwoze  

କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ସଦାପ୍ରଭୁ ଆପଣା ମହାନାମ ସକାଶୁ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ; କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇଅଛନ୍ତି।


ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।


ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”


ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ୍ ଓ ଭୟାନକ କର୍ମ ଦ୍ୱାରା ତୁମ୍ଭର ନାମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।


ଏବେ ହେ ସଦାପ୍ରଭୋ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନନ୍ତକାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର।


ପୁଣି ତୁମ୍ଭେ ଅନନ୍ତକାଳଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।


Swiv nou:

Piblisite


Piblisite