Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 18:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ପାଇଁ ଓ ହଦଦେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଦାଉଦ ରାଜାଙ୍କର ମଙ୍ଗଳବାର୍ତ୍ତା ପଚାରିବା ପାଇଁ ଓ ହଦରେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ କତିକି ପଠାଇଲା; ଯେହେତୁ ହଦରେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା।

Gade chapit la Kopi

ଓଡିଆ ବାଇବେଲ

10 ଦାଉଦ ରାଜାଙ୍କର ମଙ୍ଗଳବାର୍ତ୍ତା ପଚାରିବା ପାଇଁ ଓ ହଦଦେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା।

Gade chapit la Kopi

ପବିତ୍ର ବାଇବଲ

10 ତେଣୁ ତୟି ଅଭ୍ୟର୍ଥନା ଜଣାଇବା ନିମନ୍ତେ ଓ ତାଙ୍କ ସହିତ ସନ୍ଧି କରିବା ନିମନ୍ତେ ନିବେଦନ କରି ଆପଣା ପୁତ୍ର ହଦୋରାମଙ୍କୁ ଦାଉଦଙ୍କ ପାଖକୁ ପଠାଇଲେ। ସେ ଏପରି କଲେ, କାରଣ ତୟି ହଦରେଷରଙ୍କ ବିରୁଦ୍ଧରେ ଯୁଦ୍ଧରେ ଥିଲେ। ତୟି ଦାଉଦଙ୍କୁ ସୁବର୍ଣ୍ଣ, ରୌପ୍ୟ ଓ ପିତ୍ତଳ ନିର୍ମିତ ଉପହାର ପ୍ରଦାନ କଲେ।

Gade chapit la Kopi




1 ବଂଶାବଳୀ 18:10
6 Referans Kwoze  

ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମ୍‍କୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା। ପୁଣି ଯୋରାମ୍‍ ଆପଣା ସଙ୍ଗେ ରୂପା, ସୁନା, ଓ ପିତ୍ତଳର ପାତ୍ର ନେଇ ଆସିଥିଲା।


ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବାବିଲର ରାଜା ମରୋଦକ୍‍-ବଲ୍‍ଦନ୍‍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।


ଏଥିଉତ୍ତାରେ ଶିବା ଦେଶର ରାଣୀ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ଯିରୂଶାଲମରେ ଶଲୋମନଙ୍କର ପରୀକ୍ଷା କରିବା ପାଇଁ ସୁଗନ୍ଧି ଦ୍ରବ୍ୟ ଓ ବିସ୍ତର ସୁବର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା।


ଏଥିଉତ୍ତାରେ ଦାଉଦ ସୋବାର ରାଜା ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍‍ର ରାଜା ତୟି ଶୁଣନ୍ତେ,


ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।


Swiv nou:

Piblisite


Piblisite