Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:55 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 ଆଉ ଯାବେଷ୍‍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍‍ଠାରୁ ଉତ୍ପନ୍ନ କେନୀୟ ଲୋକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

55 ଆଉ ଯାବେସ୍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତଠାରୁ ଉତ୍ପନ୍ନ କୀନୀୟ ଲୋକ।

Gade chapit la Kopi

ଓଡିଆ ବାଇବେଲ

55 ଆଉ ଯାବେଷ୍‍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍‍ଠାରୁ ଉତ୍ପନ୍ନ କେନୀୟ ଲୋକ।

Gade chapit la Kopi

ପବିତ୍ର ବାଇବଲ

55 ଏବଂ ଯାବେ‌‌ସ୍‌‌ରେ ବାସ କରୁଥିବା ଲିପିକାରମାନଙ୍କର ପରିବାରସବୁ ତିରିୟାଥୀୟ, ଶିମିୟଥୀୟ ଓ ସୁଖାଥୀୟ ଥିଲେ। ଏହି କୀନୀୟ ଲୋକମାନେ ହମ୍ମତରୁ ଆସିଥିଲେ। ହମ୍ମତ୍ ବେଥ-ରେଖାବର ପ୍ରତିଷ୍ଠାତା ଥିଲେ।

Gade chapit la Kopi




1 ବଂଶାବଳୀ 2:55
11 Referans Kwoze  

ଏଥିଉତ୍ତାରେ ଯେହୂ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍‍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, “ଯେପରି ତୁମ୍ଭ ପ୍ରତି ମୋʼ ମନ ସରଳ, ସେପରି ତୁମ୍ଭ ମନ କି ମୋʼ ପ୍ରତି ଅଛି?” ଏଥିରେ ଯିହୋନାଦବ୍‍ ଉତ୍ତର କଲା, “ହଁ, ଅଛି।” “ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ।” ତହୁଁ ଯିହୋନାଦବ୍‍ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା ନିକଟକୁ ରଥ ଉପରକୁ ନେଲେ।


ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠିଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍‍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।”


ସେସମୟରେ କେନୀୟ ହେବର କେନୀୟମାନଙ୍କଠାରୁ, ଅର୍ଥାତ୍‍, ମୋଶାଙ୍କ ପତ୍ନୀ-ଭ୍ରାତା ହୋବବ୍‍ର ସନ୍ତାନମାନଙ୍କଠାରୁ ପୃଥକ ହୋଇ କେଦଶ ନିକଟବର୍ତ୍ତୀ ସାନନ୍ନୀମରେ ଥିବା ଅଲୋନ ବୃକ୍ଷ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିଥିଲା।


ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, “ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ।” ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରିଗଲେ।


ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି।


ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।


ସଲ୍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍‍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।


ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍‍ଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;


Swiv nou:

Piblisite


Piblisite