Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 21:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରେ ପରମେଶ୍ଵର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର। ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା।

Gade chapit la Kopi

ଓଡିଆ ବାଇବେଲ

15 ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା ! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା।

Gade chapit la Kopi

ପବିତ୍ର ବାଇବଲ

15 ଯିରୁଶାଲମକୁ ବିନଷ୍ଟ କରିବା ନିମନ୍ତେ ପରମେଶ୍ୱର ଜଣେ ସ୍ୱର୍ଗଦୂତଙ୍କୁ ପ୍ରେରଣ କଲେ। କିନ୍ତୁ ସ୍ୱର୍ଗଦୂତ ଯେତେବେଳେ ଯିରୁଶାଲମକୁ ବିନାଶ କରିବାକୁ ଆରମ୍ଭ କଲେ, ସଦାପ୍ରଭୁ ତାହା ଦେଖି ଦୁଃଖିତ ହେଲେ। ତେଣୁ ସଦାପ୍ରଭୁ ଯିରୁଶାଲମକୁ ବିନଷ୍ଟ ନ କରିବା ନିମନ୍ତେ ସ୍ଥିର କଲେ। ବିନାଶ କାର୍ଯ୍ୟ ସାଧନ କରୁଥିବା ସ୍ୱର୍ଗଦୂତଙ୍କୁ ସଦାପ୍ରଭୁ କହିଲେ, “ବନ୍ଦ କର! ଯଥେଷ୍ଟ ହେଲା!” ସେହି ସମୟରେ ସଦାପ୍ରଭୁଙ୍କ ଦୂତ ଯିବୂଷୀୟ ଅରଣନରରେ ଛିଡ଼ା ହୋଇଥିଲେ।

Gade chapit la Kopi




1 ବଂଶାବଳୀ 21:15
24 Referans Kwoze  

ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।


ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ।


ଯୀଶୁ ତୃତୀୟ ଥର ଆସି ଶିଷ୍ୟମାନଙ୍କୁ କହିଲେ, “ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।


“ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’


ମାତ୍ର ଶୀଲୋସ୍ଥିତ ଯେଉଁ ସ୍ଥାନରେ ଆମ୍ଭେ ପୂର୍ବେ ଆପଣା ନାମ ବାସ କରାଇଥିଲୁ, ଏବେ ତୁମ୍ଭେମାନେ ଆମ୍ଭର ସେହି ସ୍ଥାନକୁ ଯାଅ, ଆଉ ଆମ୍ଭର ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ସକାଶୁ ଆମ୍ଭେ ତହିଁ ପ୍ରତି ଯାହା କରିଅଛୁ, ତାହା ଦେଖ।


ହେ ସଦାପ୍ରଭୋ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।


ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।


ଏଥିଉତ୍ତାରେ ଶଲୋମନ ଯିରୂଶାଲମସ୍ଥ ମୋରୀୟା ପର୍ବତରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ, ସେହି ସ୍ଥାନରେ ସଦାପ୍ରଭୁ ତାଙ୍କର ପିତା ଦାଉଦଙ୍କୁ ଦର୍ଶନ ଦେଇଥିଲେ, ଦାଉଦ ଯିବୂଷୀୟ ଅରଣନ ଖଳାରେ ଯେଉଁ ସ୍ଥାନ ନିରୂପଣ କରିଥିଲେ, ସେହିଠାରେ ସେ ତାହା ପ୍ରସ୍ତୁତ କଲେ।


ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”


ସେହି ଦିନ ଗାଦ୍‍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”


ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।


ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।


ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।


ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳାବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ।”


ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ୱଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ୱର ଅଟ, ଏହା ମୁଁ ଜାଣିଲି।


‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।


ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ।


ଯେହେତୁ ଆମ୍ଭେମାନେ ଏହି ସ୍ଥାନ ଉଚ୍ଛିନ୍ନ କରିବା। ସଦାପ୍ରଭୁଙ୍କ ଛାମୁରେ ଏହି ନଗର ବିରୁଦ୍ଧରେ ମହାକ୍ରନ୍ଦନ ଉଠିଅଛି, ଏଣୁ ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବା ପାଇଁ ଆମ୍ଭମାନଙ୍କୁ ପଠାଇଅଛନ୍ତି।”


“ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ।” ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।


ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।


ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ଏହା ହେବ ନାହିଁ,” ଏହା ସଦାପ୍ରଭୁ କହନ୍ତି।


ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ତାହା ମଧ୍ୟ ହେବ ନାହିଁ,” ପ୍ରଭୁ ସଦାପ୍ରଭୁ ଏହା କହନ୍ତି।


Swiv nou:

Piblisite


Piblisite