Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 21:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ଼୍‍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।

Gade chapit la Kopi

ଓଡିଆ ବାଇବେଲ

16 ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ

16 ଦାଉଦ ଊର୍ଦ୍ଧ୍ୱଆଡ଼େ ଗ୍ଭହିଁ ସଦାପ୍ରଭୁଙ୍କର ଦୂତଙ୍କୁ ଆକାଶରେ ଦେଖିଲେ। ସ୍ୱର୍ଗଦୂତ ଯିରୁଶାଲମ ନଗରୀ ଉପରେ ତାଙ୍କର ‌‌ଖ‌ଡ଼୍‌ଗ ବିସ୍ତାର କରି ରଖିଥିଲେ। ଏହା ପରେ ଦାଉଦ ଓ ପ୍ରାଚୀନବର୍ଗମାନେ ମୁହଁ ମାଡ଼ି ଭୂମିରେ ପଡ଼ିଲେ। ଦାଉଦ ଓ ପ୍ରାଚୀନବର୍ଗମାନେ ନିଜର ଦୁଃଖପ୍ରକାଶ କରିବା ନିମନ୍ତେ ବିଶେଷ ବସ୍ତ୍ରମାନ ପିନ୍ଧିଥିଲେ।

Gade chapit la Kopi




1 ବଂଶାବଳୀ 21:16
15 Referans Kwoze  

ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ।


ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।


ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ସଦାପ୍ରଭୁଙ୍କ ଗୃହକୁ ଗଲେ।


ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର।” ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ଥିଲା।


ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।


ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?”


ଏହିରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବ ଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।


ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ସେହି ଯଜ୍ଞବେଦିର ଅଗ୍ନିଶିଖାରେ ଊର୍ଦ୍ଧ୍ୱଗମନ କଲେ। ସେସମୟରେ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ; ଆଉ ସେମାନେ ଭୂମିରେ ମୁହଁ ମାଡ଼ି ପଡ଼ିଲେ।


ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, “ଆହା, ପ୍ରଭୋ ସଦାପ୍ରଭୋ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ?”


ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ଟେକି ଧରିବା ଓ ଫାରୋର ବାହୁଦ୍ୱୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ୍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍‍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା;


Swiv nou:

Piblisite


Piblisite