Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 21:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିରେ ଦାଉଦ ରାଜା ଅରଣନକୁ କହିଲେ, “ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ, ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏଥିରେ ଦାଉଦ ରାଜା ଅରଣନକୁ କହିଲେ, ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।

Gade chapit la Kopi

ଓଡିଆ ବାଇବେଲ

24 ଏଥିରେ ଦାଉଦ ରାଜା ଅରଣନକୁ କହିଲେ, “ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ, ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ

24 କିନ୍ତୁ ରାଜା ଦାଉଦ ଅରଣ‌ନଙ୍କୁ ଉତ୍ତର ଦେଲେ, “ନା, ମୁଁ ତୁମ୍ଭକୁ ସମ୍ପୂର୍ଣ୍ଣ ମୂଲ୍ୟ ଦେବି। ମୁଁ ତୁମ୍ଭଠାରୁ କିଛି ନେଇ ସଦାପ୍ରଭୁଙ୍କୁ ଦେବି ନାହିଁ। ମୁଁ ବିନା ମୂଲ୍ୟରେ ନୈବେଦ୍ୟ ଉତ୍ସର୍ଗ କରିବି ନାହିଁ।”

Gade chapit la Kopi




1 ବଂଶାବଳୀ 21:24
9 Referans Kwoze  

ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋʼ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।”


ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ‘ଆମ୍ଭେ ଅବ୍ରାମଙ୍କୁ ଧନବାନ କରିଅଛୁ।’


ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;


ତହିଁରେ ରାଜା ଅରୌଣାକୁ କହିଲେ, “ନା, ମାତ୍ର ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି; ଆଉ ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।” ତହୁଁ ଦାଉଦ ପଚାଶ ଶେକଲ (ଏକ ଶେକଲ ୧୨ ଗ୍ରାମ୍) ରୂପାରେ ସେହି ଶସ୍ୟମର୍ଦ୍ଦନ ସ୍ଥାନ ଓ ବୃଷସବୁ କିଣିଲେ।


ତହୁଁ ଅରଣନ ଦାଉଦଙ୍କୁ କହିଲା, “ନିଅନ୍ତୁ, ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି।”


ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ।


ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍‍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।”


Swiv nou:

Piblisite


Piblisite