Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 21:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ମାତ୍ର ଦାଉଦ ପରମେଶ୍ଵରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ ସେ ସଦାପ୍ରଭୁଙ୍କ ଦୂତର ଖଡ଼୍‍ଗ ସକାଶୁ ଭୀତ ହୋଇଥିଲେ।

Gade chapit la Kopi

ଓଡିଆ ବାଇବେଲ

30 ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ

30 ଦାଉଦ ପରମେଶ୍ୱରଙ୍କ ସହିତ କଥାବାର୍ତ୍ତା ନିମନ୍ତେ ପବିତ୍ର ତମ୍ବୁ ମଧ୍ୟକୁ ଯାଇପାରୁ ନ ଥିଲେ, କାରଣ ସେ ଭୟ କରୁଥିଲେ। ପରମେଶ୍ୱରଙ୍କ ଦୂତ ଓ ତାଙ୍କର ‌‌ଖ‌ଡ଼୍‌ଗକୁ ଦାଉଦ ଅତ୍ୟନ୍ତ ଭୟ କରୁଥିଲେ।

Gade chapit la Kopi




1 ବଂଶାବଳୀ 21:30
16 Referans Kwoze  

ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”


ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,


ହେ ସର୍ବଦେଶୀୟମାନଙ୍କର ରାଜନ୍‍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।


ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। ଅଇନ୍‍।


ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ?


ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି; ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି।


ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋʼ ଶରୀର କମ୍ପିତ ହୁଏ।


ତୁମ୍ଭ ହସ୍ତ ମୋʼ ଠାରୁ ଦୂରକୁ କାଢ଼ି ନିଅ ଓ ତୁମ୍ଭର ଭୟାନକତା ମୋତେ ଭୀତ ନ କରୁ।


ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।


ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋʼ ନିକଟକୁ ଗୃହକୁ ଆଣିବି?”


ପୁଣି ଦାଉଦ ସେହି ଦିନ ସଦାପ୍ରଭୁଙ୍କୁ ଭୟ କରି କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ କିପ୍ରକାରେ ମୋʼ ନିକଟକୁ ଆସିବ?”


ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର,


କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ଥିଲା।


ସେତେବେଳେ ଦାଉଦ କହିଲେ, “ଏହି ଗୃହ ସଦାପ୍ରଭୁ ପରମେଶ୍ୱରଙ୍କର ଓ ଏହି ହୋମବଳିର ବେଦି ଇସ୍ରାଏଲର।”


Swiv nou:

Piblisite


Piblisite