1 ବଂଶାବଳୀ 22:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳନ୍ତ ସୁନା ଓ ଦଶ ଲକ୍ଷ ତାଳନ୍ତ ରୂପା; ଆଉ ଅପରିମିତ ଅଧିକ ପରିମାଣର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳ; ସୁନା ଓ ଦଶ ଲକ୍ଷ ତାଳ; ରୂପା; ଆଉ ଅପରିମିତ ବିସ୍ତର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ। Gade chapit laଓଡିଆ ବାଇବେଲ14 ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳନ୍ତ ସୁନା ଓ ଦଶ ଲକ୍ଷ ତାଳନ୍ତ ରୂପା; ଆଉ ଅପରିମିତ ଅଧିକ ପରିମାଣର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ। Gade chapit laପବିତ୍ର ବାଇବଲ14 “ଶଲୋମନ, ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ କଠିନ ପରିଶ୍ରମ କରି ଯୋଜନାମାନ ତିଆରି କରିଅଛି। ମୁଁ ଏକ ଲକ୍ଷ ତାଳନ୍ତ ସ୍ୱର୍ଣ୍ଣ ଦେଇଅଛି, ଏବଂ ମୁଁ ଦଶ ଲକ୍ଷ ତାଳନ୍ତ ରୂପା ଦେଇଅଛି। ମୁଁ ଏତେ ପରିମାଣରେ ପିତ୍ତଳ ଓ ଲୁହା ଦେଇଅଛି ଯେ, ତାହା ତୌଲ କରାଯାଇ ନ ପାରେ। ମୁଁ କାଠ ଓ ପ୍ରସ୍ତର ମଧ୍ୟ ଦେଇଅଛି। ଶଲୋମନ, ତୁମ୍ଭେ ସେଥିରେ ଆହୁରି ଯୋଗ କରିପାର। Gade chapit la |
ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।