Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 22:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ଅସଂଖ୍ୟ ଏରସ କାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ଅଧିକ ପରିମାଣର ଏରସ କାଷ୍ଠ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଅସଂଖ୍ୟ ଏରସକାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ବିସ୍ତର ଏରସକାଷ୍ଠ ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

4 ଆଉ, ଅସଂଖ୍ୟ ଏରସ କାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ଅଧିକ ପରିମାଣର ଏରସ କାଷ୍ଠ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ

4 ଦାଉଦ ଏତେ ସଂଖ୍ୟକ ଦେବଦାରୁ କାଠଗଣ୍ଡିମାନ ସଂଗ୍ରହ କଲେ ଯେ, ତାହା ଗଣାଯାଇ ନ ପାରେ। ସୀଦୋନ ଓ ସୋର ନଗରର ଲୋକମାନେ ଦାଉଦଙ୍କ ନିମନ୍ତେ ଅସଂଖ୍ୟ ଦେବଦାରୁ କାଠ ଆଣିଲେ।

Gade chapit la Kopi




1 ବଂଶାବଳୀ 22:4
5 Referans Kwoze  

ଆଉ, ସେମାନେ ପାରସ୍ୟର ରାଜା କୋରସ୍‍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟଦ୍ରବ୍ୟ ଓ ତୈଳ ଦେଲେ।


ଆଉ ଶଲୋମନ ସୋରର ରାଜା ହୂରମ୍‍ ନିକଟକୁ ଲୋକ ପଠାଇ କହିଲେ, “ଆପଣ ମୋʼ ପିତା ଦାଉଦଙ୍କ ପ୍ରତି ଯେପରି ବ୍ୟବହାର କରିଥିଲେ ଓ ତାଙ୍କ ବସତି-ଗୃହର ନିର୍ମାଣ ନିମନ୍ତେ ଏରସ କାଷ୍ଠ ପଠାଇଥିଲେ, ସେହିପରି ମୋʼ ପ୍ରତି ବ୍ୟବହାର କରନ୍ତୁ।


ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।


ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ।


Swiv nou:

Piblisite


Piblisite