Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 23:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି, କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

24 ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି, କୋଡ଼ିଏ ବର୍ଷ ଓ ତହିଁରୁ ଉର୍ଦ୍ଧ୍ୱ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

24 ଏହିମାନେ ଲେବୀଙ୍କ ଗୋଷ୍ଠୀର ଥିଲେ। ସେମାନେ ସେମାନଙ୍କର ପରିବାର ଦ୍ୱାରା ତାଲିକାଭୁକ୍ତ ହୋଇଥିଲେ। ସେମାନେ ପରିବାରର ମୁଖ୍ୟ ଥିଲେ। ପ୍ରତ୍ୟେକ ଲୋକର ନାମ ତାଲିକାଭୁକ୍ତ କରାଗଲା। ଯେଉଁ ଲୋକମାନଙ୍କର ନାମ ତାଲିକାଭୁକ୍ତ କରାଗଲା, ସେମାନେ କୋଡ଼ିଏ ବର୍ଷ ବା ତତୁର୍ଦ୍ଧ୍ୱ ବୟସର ଥିଲେ। ସେମାନେ ସଦାପ୍ରଭୁଙ୍କ ମନ୍ଦିରରେ ସେବାକାର୍ଯ୍ୟ କଲେ।

Gade chapit la Kopi




1 ବଂଶାବଳୀ 23:24
20 Referans Kwoze  

ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶି ହଜାର ହେଲେ।


ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।


ଏଉତ୍ତାରେ ଆବାସ ଭଙ୍ଗାଯାʼନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।


ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।


ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।


“ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ବୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ।


କାରଣ, ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲୋକ ଗଣିତ ହେଲେ।


ତୁମ୍ଭେ ମୁଣ୍ଡ ପିଛା ପାଞ୍ଚ ଶେକଲ ଲେଖାଏଁ ନେବ; ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ତାହା ନେବ, (କୋଡ଼ିଏ ଗେରାରେ ଏକ ଶେକଲ)।


ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ।


“ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ।”


ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା।


ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣାଗଲେ, ସେମାନଙ୍କର ବଂଶାବଳୀ;


ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।


ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।


ମୂଶିର ପୁତ୍ର ମହଲି, ଏଦର ଓ ଯେରେମୋତ୍‍, ତିନି ଜଣ।


ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ;


ପୁଣି, ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।


ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ।


Swiv nou:

Piblisite


Piblisite