Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 23:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ଚାରି ହଜାର ଲୋକ ଦ୍ୱାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ୱାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ ଚାରି ହଜାର ଲୋକ ଦ୍ଵାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ଵାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ।

Gade chapit la Kopi

ଓଡିଆ ବାଇବେଲ

5 ଆଉ ଚାରି ହଜାର ଲୋକ ଦ୍ୱାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ୱାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ।

Gade chapit la Kopi

ପବିତ୍ର ବାଇବଲ

5 4,000 ଲେବୀୟ ଦ୍ୱାରପାଳ ହେବେ ଏବଂ 4,000 ଲେବୀୟ ବାଦ୍ୟକାର ହେବେ। ମୁଁ ସେମାନଙ୍କ ନିମନ୍ତେ ବିଶେଷ ବାଦ୍ୟଯନ୍ତ୍ରସବୁ ନିର୍ମାଣ କରିଅଛି। ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ସେହି ବାଦ୍ୟଯନ୍ତ୍ରଗୁଡ଼ିକୁ ବ୍ୟବହାର କରିବେ।”

Gade chapit la Kopi




1 ବଂଶାବଳୀ 23:5
23 Referans Kwoze  

ନେବଲ ଯନ୍ତ୍ରରେ ଅନର୍ଥକ ଗୀତ ଗାନ କରନ୍ତି, ଦାଉଦଙ୍କ ସଦୃଶ୍ୟ ଆପଣାମାନଙ୍କ ନିମନ୍ତେ ନାନା ବାଦ୍ୟଯନ୍ତ୍ର ନିର୍ମାଣ କରନ୍ତି;


ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”


ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।


ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ।


ଆଉ, ଅର୍ତ୍ତକ୍ଷସ୍ତ ରାଜାର ସପ୍ତମ ବର୍ଷରେ ଇସ୍ରାଏଲ ସନ୍ତାନମାନଙ୍କର ଓ ଯାଜକମାନଙ୍କର ଓ ଲେବୀୟମାନଙ୍କର କେତେକ ଲୋକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଯିରୂଶାଲମକୁ ଗଲେ।


ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନ୍‍‍ର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ।


ଆଉ ଓବେଦ୍‍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍‍‍ର ପୁତ୍ର ଓବେଦ୍‍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ


ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।


ସେହି ଚନ୍ଦନ କାଷ୍ଠରେ ରାଜା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସ୍ତମ୍ଭ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ନିର୍ମାଣ କଲେ; ଏରୂପ ଚନ୍ଦନ କାଷ୍ଠ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଦେଖାଯାଇ ନାହିଁ।


ତହୁଁ ସେମାନେ ଆସି ନଗରର ଦ୍ୱାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକୁ ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶବ୍ଦ ନାହିଁ, ମାତ୍ର ଅଶ୍ୱ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ବୁସବୁ ଯେପରି ଥିଲା, ସେପରି ଅଛି।”


ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।


ପୁଣି, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ ଠିଆ ହେବାର;


ଆଉ, ସେମାନେ ନେବଲ ଓ ବୀଣା ଓ ତୂରୀ ବଜାଇ ଯିରୂଶାଲମକୁ ଆସି ସଦାପ୍ରଭୁଙ୍କ ଗୃହକୁ ଗଲେ।


ଆହୁରି, ସେମାନେ ଭାରବାହକମାନଙ୍କର ତତ୍ତ୍ୱାବଧାରକ ଓ କର୍ମ ଚଳାଇବା ପାଇଁ ସର୍ବପ୍ରକାର ସେବାକାର୍ଯ୍ୟକାରୀମାନଙ୍କ ଉପରେ ନିଯୁକ୍ତ ଥିଲେ; ପୁଣି, ଲେବୀୟମାନଙ୍କ ମଧ୍ୟରୁ ଲେଖକ, କାର୍ଯ୍ୟଶାସକ ଓ ଦ୍ୱାରପାଳ ଥିଲେ।


ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।


Swiv nou:

Piblisite


Piblisite