Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 24:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍‍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ୍ ଓ ଈଥାମରର ସନ୍ତାନ ଅହୀମେଲକ୍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

3 ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍‍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

3 ଦାଉଦ ଇଲିୟାସରଙ୍କ ପରିବାରବର୍ଗ ଓ ଈଥାମରଙ୍କ ବଂଶକୁ ଦୁଇଟି ଭିନ୍ନ ଦଳରେ ବିଭକ୍ତ କରିଥିଲେ। ସେହି ଦଳମାନେ ସେମାନଙ୍କୁ ଦତ୍ତ କାର୍ଯ୍ୟ ଯେପରି ସୂଗ୍ଭରୁରୂପେ କରି ପାରନ୍ତି, ସେଥିନିମନ୍ତେ ଦାଉଦ ଏହିପରି କରିଥିଲେ। ସାଦୋକ୍ ଓ ଅହୀମେଲ‌କ୍‌ଙ୍କ ସାହାଯ୍ୟରେ ଏହା କରିଥିଲେ। ସାଦୋକ୍ ଇଲିୟାସରଙ୍କ ବଂଶଧର ଓ ଅହୀମେଲକ୍ ଈଥାମରଙ୍କ ବଂଶଧର ଥିଲେ।

Gade chapit la Kopi




1 ବଂଶାବଳୀ 24:3
15 Referans Kwoze  

ପୁଣି ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ସରାୟ ଲେଖକ ଥିଲା;


ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍‍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା।


ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍‍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।


ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ


ପୁଣି, ଦାଉଦ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ, ଊରୀୟେଲକୁ, ଅସାୟକୁ ଓ ଯୋୟେଲକୁ, ଶମୟୀୟକୁ ଓ ଇଲୀୟେଲ୍‍କୁ ଓ ଅମ୍ମୀନାଦବକୁ ଡାକି କହିଲେ,


ପୁଣି, ରାଜା ତାହାର ପଦରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି କରି ନିଯୁକ୍ତ କଲେ ଓ ରାଜା ଅବୀୟାଥର ପଦରେ ସାଦୋକଙ୍କୁ ଯାଜକ କରି ନିଯୁକ୍ତ କଲେ।


ଶିବା ଲେଖକ ଥିଲା; ପୁଣି ସାଦୋକ ଓ ଅବୀୟାଥର ଯାଜକ ଥିଲେ;


ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍‍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍‍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, “ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?”


ପୁଣି, ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶର ପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ।


ପୁଣି, ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା।


ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।


Swiv nou:

Piblisite


Piblisite