Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 25:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆହୁରି ଆସଫର ଓ ହେମନର ଓ ଯିଦୂଥୂନ୍‍‍ର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍‍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆହୁରି ଆସଫର ଓ ହେମନର ଓ ଯିଦୂଥୂନର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତି- ମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ଵାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି ଆପଣା ଆପଣା ସେବାନୁସାରେ କର୍ମକାରୀ-ମାନଙ୍କ ସଂଖ୍ୟା ଏହି।

Gade chapit la Kopi

ଓଡିଆ ବାଇବେଲ

1 ଆହୁରି ଆସଫର ଓ ହେମନର ଓ ଯିଦୂଥୂନର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍‍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।

Gade chapit la Kopi

ପବିତ୍ର ବାଇବଲ

1 ଦାଉଦ ଓ ସେନାଧ୍ୟକ୍ଷମାନେ ଆସଫର ପୁତ୍ରମାନଙ୍କୁ ଏକ ବିଶେଷ ସେବାକାର୍ଯ୍ୟ କରିବା ନିମନ୍ତେ ପୃଥକ କଲେ। ଆସଫଙ୍କର ପୁତ୍ରମାନେ ଥିଲେ ହେମନ ଓ ଯିଦୂଥୂନ। ବୀଣା, ସାରଙ୍ଗ ଓ ଗିନି ବଜାଇ ପରମେଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବା ହିଁ ସେମାନଙ୍କର ବିଶେଷ କାର୍ଯ୍ୟ ଥିଲା। ଯେଉଁମାନେ ଏହି ପ୍ରକାର ଭାବରେ ସେବାକାର୍ଯ୍ୟ କରୁଥିଲେ, ସେମାନଙ୍କର ତାଲିକା ଏହି:

Gade chapit la Kopi




1 ବଂଶାବଳୀ 25:1
46 Referans Kwoze  

ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;


ତଥାପି ଏବେ ମୋʼ ନିକଟକୁ ଏକ ବାଦ୍ୟକର ଆଣ।” ତହୁଁ ବାଦ୍ୟକର ଆସି ବାଦ୍ୟ ବଜାନ୍ତେ, ସଦାପ୍ରଭୁଙ୍କ ହସ୍ତ ଇଲୀଶାୟଙ୍କ ଉପରେ ଅବସ୍ଥାନ କଲା।


ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;


ହେମନର ଭ୍ରାତା ଆସଫ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ର;


ଏଥିଉତ୍ତାରେ ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ୱେଷଣ କଲେ।


ଆଉ, ଲୋକମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ; ମରାରି-ସନ୍ତାନଗଣ ମଧ୍ୟରୁ ଯହତ୍‍ ଓ ଓବଦୀୟ, ଏହି ଲେବୀୟମାନେ ସେମାନଙ୍କର ତତ୍ତ୍ୱାବଧାରକ ଥିଲେ; ପୁଣି, କହାତ-ସନ୍ତାନଗଣର ମଧ୍ୟରୁ ଜିଖରୀୟ ଓ ମଶୁଲ୍ଲମ୍‍ ଓ ଅନ୍ୟ ଲେବୀୟମାନେ, ଅର୍ଥାତ୍‍, ବାଦ୍ୟ ବଜାଇବାକୁ ନିପୁଣ ସମସ୍ତ ଲୋକ କର୍ମ ଚଳାଇବାକୁ ନିଯୁକ୍ତ ଥିଲେ।


ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସା ଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ।


ଯିଦୂଥୂନ୍‍‍ର କଥା; ଯିଦୂଥୂନ୍‍‍ର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନ୍‍‍ର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ।


ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍‍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।


ଆଉ, ହିଜକୀୟ ଯାଜକମାନଙ୍କର ଓ ଲେବୀୟମାନଙ୍କର ପାଳିକ୍ରମେ ପାଳି ନିରୂପଣ କଲେ, ହୋମାର୍ଥକ ଓ ମଙ୍ଗଳାର୍ଥକ ବଳିଦାନ, ପରିଚର୍ଯ୍ୟା ଓ ସଦାପ୍ରଭୁଙ୍କ ଛାଉଣିର ଦ୍ୱାରସମୂହରେ ଧନ୍ୟବାଦ ଓ ପ୍ରଶଂସା କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପ୍ରତି ଜଣକୁ ତାହାର ସେବାନୁସାରେ ନିଯୁକ୍ତ କଲେ।


ଆଉ, ଦାଉଦ ରାଜାଙ୍କର ଯେଉଁ ବର୍ଚ୍ଛା ଓ ଢାଲ ଓ ଚର୍ମ ପରମେଶ୍ୱରଙ୍କ ଗୃହରେ ଥିଲା, ତାହାସବୁ ଯିହୋୟାଦା ଯାଜକ ଶତପତିମାନଙ୍କୁ ଦେଲା।


ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନ୍‍ର ପୁତ୍ର ଇଶ୍ମାୟେଲ, ଓବେଦ୍‍ର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍‍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା।


ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।


ଆଉ ସାଦୋକ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ।


ବାମ ଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍‍ କୀଶିର ପୁତ୍ର, ସେ ଅବ୍‍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର;


ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।


ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍‍, ଆସଫ, ହେମନ, ଯିଦୂଥୂନ୍‍ ଓ ସେମାନଙ୍କ ପୁତ୍ର ଓ ଭାଇଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,


ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।


ଆଉ, ଦାଉଦଙ୍କର ବିଧାନମତେ ଆନନ୍ଦ ଓ ଗାନ ସହିତ ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଦାଉଦ ଯେଉଁ ଲେବୀୟ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ବିଭାଗ କରିଥିଲେ, ସେମାନଙ୍କ ହସ୍ତାଧୀନରେ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କାର୍ଯ୍ୟ ସ୍ଥାପନ କଲା।


ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନ୍‍‍ର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ।


ଆଉ, ଭିତର ଦ୍ୱାରର ବାହାରେ ଭିତର ପ୍ରାଙ୍ଗଣରେ ଗାୟକମାନଙ୍କ ପାଇଁ କୋଠରି ଥିଲା, ସେହି ସବୁ ଉତ୍ତର ଦ୍ୱାରର ପାର୍ଶ୍ୱସ୍ଥିତ ଓ ସେହି ସବୁର ମୁଖ ଦକ୍ଷିଣ ପ୍ରତି ଥିଲା; ପୂର୍ବ-ଦ୍ୱାରର ପାର୍ଶ୍ୱସ୍ଥିତ ଗୋଟିଏ କୋଠରିର ମୁଖ ଉତ୍ତର ପ୍ରତି ଥିଲା।


ସେହି ଚନ୍ଦନ କାଷ୍ଠରେ ରାଜା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସ୍ତମ୍ଭ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ନିର୍ମାଣ କଲେ; ଏରୂପ ଚନ୍ଦନ କାଷ୍ଠ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଦେଖାଯାଇ ନାହିଁ।


ଲେବୀର ପୁତ୍ର ଗେର୍ଶୋମ, କହାତ ଓ ମରାରି ଥିଲେ।


ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ।


ଏହିରୂପେ ଉଚ୍ଚସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।


ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ୱିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ।


ଆଉ, ଇଲୀଶାଫନ୍‍ର ସନ୍ତାନମାନଙ୍କ ମଧ୍ୟରୁ ଶିମ୍ରି ଓ ଯିୟୀୟେଲ୍‍ ଓ ଆସଫର ସନ୍ତାନମାନଙ୍କ ମଧ୍ୟରୁ ଜିଖରୀୟ ଓ ମତ୍ତନୀୟ


ଓ ହେମନର ସନ୍ତାନମାନଙ୍କ ମଧ୍ୟରୁ ଯିହୀୟେଲ ଓ ଶିମୀୟି ଓ ଯିଦୂଥୂନ୍‍‍ର ସନ୍ତାନମାନଙ୍କ ମଧ୍ୟରୁ ଶମୟୀୟ ଓ ଉଷୀୟେଲ, ଏହିସବୁ ଲେବୀୟ ଲୋକ ଉଠିଲେ।


ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ।


ପୁଣି, ସେମାନେ ମୋଶା-ପୁସ୍ତକର ଲିଖନାନୁସାରେ ଯିରୂଶାଲମରେ ପରମେଶ୍ୱରଙ୍କ ସେବାର୍ଥେ ଯାଜକମାନଙ୍କୁ ସେମାନଙ୍କ ବିଭାଗାନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ପାଳି ଅନୁସାରେ ନିଯୁକ୍ତ କଲେ।


ଆଉ, ଆସଫର ବଂଶଜାତ ସବ୍‍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍‍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍‍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍‍ଦ।


ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ।


Swiv nou:

Piblisite


Piblisite