Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 25:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏସମସ୍ତେ ଶୃଙ୍ଗଧ୍ଵନି କରିବା ନିମନ୍ତେ ପରମେଶ୍ଵରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ଵର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।

Gade chapit la Kopi

ଓଡିଆ ବାଇବେଲ

5 ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।

Gade chapit la Kopi

ପବିତ୍ର ବାଇବଲ

5 ଏମାନେ ସମସ୍ତେ ହେମନଙ୍କର ପୁତ୍ରଗଣ ଥିଲେ। ହେମନ ଦାଉଦଙ୍କ ଭବିଷ୍ୟ‌ଦ୍‌ବକ୍ତା ଥିଲେ। ପରମେଶ୍ୱର ପ୍ରତିଜ୍ଞା କରିଥିଲେ ଯେ, ସେ ହେମନଙ୍କୁ ବଳବାନ କରିବେ। ତେଣୁ ହେମନଙ୍କର ଅନେକ ପୁତ୍ର ଜାତ ହେଲେ। ପରମେଶ୍ୱର ହେମନଙ୍କୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।

Gade chapit la Kopi




1 ବଂଶାବଳୀ 25:5
9 Referans Kwoze  

ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍‍କୁ କହିଲେ,


ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।


ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।


ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋʼ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି।


ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍‍ ଭବିଷ୍ୟଦ୍‍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,


(ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ୱରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, “ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ;” କାରଣ, ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍‍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।


ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା, “ତୁମ୍ଭ ସଙ୍ଗେ ଏମାନେ କିଏ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।”


ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍‍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍‍ତି ଓ ରୋମାମ୍‍ତି-ଏଷର୍‍, ଯଶ୍‍ବକାଶା, ମଲ୍ଲୋଥି, ହୋଥୀର୍‍, ମହସୀୟୋତ୍‍;


ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନ୍‍‍ର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ।


Swiv nou:

Piblisite


Piblisite