Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 25:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍‍ ଓ ହେମନ ରାଜାଜ୍ଞାଧୀନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏସମସ୍ତେ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ଵାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍ ଓ ହେମନ ରାଜାଜ୍ଞାଧୀନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

6 ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍‍ ଓ ହେମନ ରାଜାଜ୍ଞାଧୀନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

6 ହେମନ ସଦାପ୍ରଭୁଙ୍କ ମନ୍ଦିରରେ ଗୀତଗାୟନ କରିବାକୁ ତାଙ୍କର ପୁତ୍ରମାନଙ୍କୁ ନିର୍ଦ୍ଦେଶ ଦେଲେ। ସେହି ପୁତ୍ରମାନେ ଗିନି, ସାରଙ୍ଗ ଓ ବୀଣା ବଜାଉଥିଲେ। ସେମାନେ ଏହି ପ୍ରକାରେ ପରମେଶ୍ୱରଙ୍କ ମନ୍ଦିରରେ ସେବାକାର୍ଯ୍ୟ କରୁଥିଲେ। ରାଜା ଦାଉଦ ଏହିସବୁ ବ୍ୟକ୍ତିମାନଙ୍କୁ ମନୋନୀତ କରିଥିଲେ: ଆସଫ, ଯିଦୁଥୂନ ଓ ହେମନ।

Gade chapit la Kopi




1 ବଂଶାବଳୀ 25:6
17 Referans Kwoze  

ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।


ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;


ଦାରାବାଦ୍ୟବାଦିନୀ କୁମାରୀମାନଙ୍କ ମଧ୍ୟରେ ଗାୟକମାନେ ଆଗେ ଆଗେ, ବାଦ୍ୟକରମାନେ ପଛେ ପଛେ ଗମନ କଲେ।


ଆଉ ଚାରି ହଜାର ଲୋକ ଦ୍ୱାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ୱାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ।


ପୁଣି, ଲେବୀୟମାନଙ୍କର ପ୍ରଧାନ କନନୀୟ ଗାନ ବିଷୟରେ ନିଯୁକ୍ତ ହେଲା, ସେ ନିପୁଣ ଥିବାରୁ ଗାନ ଶିଖାଇଲା।


ଏହିରୂପେ ହେମନ, ଆସଫ ଓ ଏଥନ୍‍ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ୱନି କରିବା ପାଇଁ;


ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।


ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠରେ ନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ।


ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍‍ର ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା ଏହି ଆଜ୍ଞା କରିଥିଲେ।


ସେହି ଚନ୍ଦନ କାଷ୍ଠରେ ରାଜା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସ୍ତମ୍ଭ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ନିର୍ମାଣ କଲେ; ଏରୂପ ଚନ୍ଦନ କାଷ୍ଠ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଦେଖାଯାଇ ନାହିଁ।


ଆଉ, ସେମାନେ ନେବଲ ଓ ବୀଣା ଓ ତୂରୀ ବଜାଇ ଯିରୂଶାଲମକୁ ଆସି ସଦାପ୍ରଭୁଙ୍କ ଗୃହକୁ ଗଲେ।


ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସା ଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ।


ଆଉ, ଇଲୀଶାଫନ୍‍ର ସନ୍ତାନମାନଙ୍କ ମଧ୍ୟରୁ ଶିମ୍ରି ଓ ଯିୟୀୟେଲ୍‍ ଓ ଆସଫର ସନ୍ତାନମାନଙ୍କ ମଧ୍ୟରୁ ଜିଖରୀୟ ଓ ମତ୍ତନୀୟ


ଆଉ, ଆସଫର ବଂଶଜାତ ସବ୍‍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍‍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍‍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍‍ଦ।


ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍‍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।


କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।


Swiv nou:

Piblisite


Piblisite