Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍‍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍, ପିତୃବଂଶପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

1 ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ ସନ୍ତାନଗଣ, ଅର୍ଥାତ୍‍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

1 ରାଜାଙ୍କ ସୈନ୍ୟବାହିନୀରେ ସେବାକାର୍ଯ୍ୟ କରୁଥିବା ଇସ୍ରାଏଲୀୟ ଲୋକଙ୍କର ତାଲିକା ଏହି। ପ୍ରତ୍ୟେକ ଦଳକୁ ପ୍ରତି ବର୍ଷର ଗୋଟିଏ ମାସ ନିମନ୍ତେ କାର୍ଯ୍ୟରେ ରହିବାକୁ ପଡ଼ୁଥିଲା। ଏହି ସମସ୍ତ ପରିବାରର ଶାସକ, କ୍ୟାପଟେନ୍, ସେନାଧ୍ୟକ୍ଷ ଓ ପୋଲିସମାନେ ରାଜାଙ୍କର ସେବାକାର୍ଯ୍ୟ କରୁଥିଲେ। ପ୍ରତ୍ୟେକ ସେନାଦଳରେ 24,000 ଲୋକ ଥିଲେ।

Gade chapit la Kopi




1 ବଂଶାବଳୀ 27:1
18 Referans Kwoze  

ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ଏଥିଉତ୍ତାରେ ଦାଉଦ ଇସ୍ରାଏଲର ସମଗ୍ର ଅଧିପତିଙ୍କୁ, ବଂଶାଧିପତିଗଣଙ୍କୁ ଓ ପାଳିକ୍ରମେ ରାଜାଙ୍କର ସେବାକାରୀ ଦଳର ଅଧ୍ୟକ୍ଷମାନଙ୍କୁ, ପୁଣି, ସହସ୍ରପତି ଓ ଶତପତିମାନଙ୍କୁ, ଆଉ ରାଜାଙ୍କର ଓ ରାଜପୁତ୍ରମାନଙ୍କର ସକଳ ସମ୍ପତ୍ତି ଓ ଅଧିକାରର ଅଧ୍ୟକ୍ଷମାନଙ୍କୁ ଓ ନପୁଂସକଗଣକୁ ଓ ବୀରମାନଙ୍କୁ ଓ ମହାବିକ୍ରମଶାଳୀ ଲୋକଙ୍କୁ ଯିରୂଶାଲମରେ ଏକତ୍ର କଲେ।


ଏଥିଉତ୍ତାରେ ଦାଉଦ ସହସ୍ରପତିମାନଙ୍କର, ଶତପତିମାନଙ୍କର ଓ ସମସ୍ତ ଅଧ୍ୟକ୍ଷଙ୍କ ସହିତ ମନ୍ତ୍ରଣା କଲେ।


ପୁଣି, ସେ ପାଳି ଅନୁସାରେ ମାସକୁ ଦଶ ହଜାର ଲୋକ ଲିବାନୋନକୁ ପଠାଇଲେ; ସେମାନେ ମାସେ ଲେଖାଏଁ ଲିବାନୋନରେ ଓ ଦୁଇ ମାସ ଲେଖାଏଁ ଘରେ ରହିଲେ ଓ ଅଦୋନୀରାମ୍‍ ବେଠିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।


ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।


ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।


ପୁଣି, ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ।


ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।


ପୁଣି, ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍‍, ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କଲେ।


ଆଉ ଯିରୀୟର ଭ୍ରାତୃଗଣ ବିକ୍ରମଶାଳୀ, ପିତୃବଂଶର ପ୍ରଧାନ, ଦୁଇ ସହସ୍ର ସାତ ଶହ ଲୋକ ଥିଲେ; ଦାଉଦ ରାଜା ସେମାନଙ୍କୁ ପରମେଶ୍ୱରଙ୍କ ସମ୍ବନ୍ଧୀୟ ସକଳ ବିଷୟ ନିମନ୍ତେ ଓ ରାଜକାର୍ଯ୍ୟ ନିମନ୍ତେ ରୁବେନୀୟ ଓ ଗାଦୀୟମାନଙ୍କ ଓ ମନଃଶିର ଅର୍ଦ୍ଧ ବଂଶ ଉପରେ ନିଯୁକ୍ତ କଲେ।


ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍‍ଦୀୟେଲର ପୁତ୍ର ଯାଶ୍‍ବୀୟାମ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି, ରାଜକାର୍ଯ୍ୟ-ଶାସକମାନେ ସ୍ୱେଚ୍ଛାରେ ଦାନ କଲେ;


ଏଥିଉତ୍ତାରେ ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା,


ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍‍-ବଶେବତ୍‍, ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ଆଠ ଶହ ଲୋକର ହତ୍ୟା କଲା।


ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ।


ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ, ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶର ପ୍ରଧାନ ପ୍ରତ୍ୟେକ ଅଧିପତିଙ୍କୁ ଆଜ୍ଞା ଦେଲେ।


Swiv nou:

Piblisite


Piblisite