Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 28:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ଦେଖ, ପରମେଶ୍ୱରଙ୍କ ଗୃହର ସମସ୍ତ ସେବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପାଳି ଅଛି; ଆଉ ସର୍ବପ୍ରକାର ସେବା ନିମନ୍ତେ ସର୍ବପ୍ରକାର କାର୍ଯ୍ୟରେ ଇଚ୍ଛୁକ ଓ ନିପୁଣ ଲୋକେ ତୁମ୍ଭ ନିକଟରେ ରହିବେ; ମଧ୍ୟ ସେନାପତିଗଣ ଓ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ତୁମ୍ଭର ଆଜ୍ଞାଧୀନ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ ଦେଖ, ପରମେଶ୍ଵରଙ୍କ ଗୃହର ସମସ୍ତ ସେବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପାଳି ଅଛି; ଆଉ ସର୍ବପ୍ରକାର ସେବା ନିମନ୍ତେ ସର୍ବପ୍ରକାର କାର୍ଯ୍ୟରେ ଇଚ୍ଛୁକ ଓ ନିପୁଣ ଲୋକେ ତୁମ୍ଭ ନିକଟରେ ରହିବେ; ମଧ୍ୟ ସେନାପତିଗଣ ଓ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ତୁମ୍ଭର ଆଜ୍ଞାଧୀନ ହେବେ।

Gade chapit la Kopi

ଓଡିଆ ବାଇବେଲ

21 ଆଉ ଦେଖ, ପରମେଶ୍ୱରଙ୍କ ଗୃହର ସମସ୍ତ ସେବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପାଳି ଅଛି; ଆଉ ସର୍ବପ୍ରକାର ସେବା ନିମନ୍ତେ ସର୍ବପ୍ରକାର କାର୍ଯ୍ୟରେ ଇଚ୍ଛୁକ ଓ ନିପୁଣ ଲୋକେ ତୁମ୍ଭ ନିକଟରେ ରହିବେ; ମଧ୍ୟ ସେନାପତିଗଣ ଓ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ତୁମ୍ଭର ଆଜ୍ଞାଧୀନ ହେବେ।”

Gade chapit la Kopi

ପବିତ୍ର ବାଇବଲ

21 ପରମେଶ୍ୱରଙ୍କ ମନ୍ଦିରର ସମସ୍ତ କାର୍ଯ୍ୟ କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କ ଦଳ ପ୍ରସ୍ତୁତ ହୋଇ ରହିଛନ୍ତି। ସମସ୍ତ କାର୍ଯ୍ୟରେ ତୁମ୍ଭକୁ ସାହାଯ୍ୟ କରିବା ନିମନ୍ତେ ସମସ୍ତ ଦକ୍ଷ କାରିଗରମାନେ ପ୍ରସ୍ତୁତ ହୋଇ ରହିଛନ୍ତି। ତୁମ୍ଭେ ଯେଉଁସବୁ ଆଦେଶ ଦେବ, ତାହା ସମସ୍ତ କାର୍ଯ୍ୟକାରୀ ଓ ଲୋକମାନେ ପାଳନ କରିବେ।”

Gade chapit la Kopi




1 ବଂଶାବଳୀ 28:21
12 Referans Kwoze  

ଶାସନକର୍ତ୍ତା ଏବଂ ତାହାର ଅଧିକାରୀମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,


ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ।


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।


ମଧ୍ୟ ଯାଜକ ଓ ଲେବୀୟମାନଙ୍କ ପାଳି ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସମସ୍ତ କାର୍ଯ୍ୟ ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହରେ ସେବାର୍ଥକ ସମସ୍ତ ପାତ୍ର ନିମନ୍ତେ;


ବୁଦ୍ଧିମତୀ ସ୍ତ୍ରୀମାନେ ଆପଣା ଆପଣା ହସ୍ତରେ ସୂତା କାଟି ନୀଳ ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ଆଣିଲେ।


ପୁଣି, ଶିଳ୍ପକର୍ମ, ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ ଖୋଦନ ପ୍ରଭୃତି


“ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହି ସବୁ ବିଜ୍ଞମନା ଲୋକେ କର୍ମ କରିବେ।”


ଏଥିଉତ୍ତାରେ ମୋଶା ସେହି ବତ୍ସଲେଲ, ଅହଲୀୟାବକୁ, ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ।


ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;


ଦାଉଦ ରାଜା ଓ ପିତୃବଂଶର ପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍‍ ଓ ତାହାର ଭ୍ରାତୃଗଣ ସେହି ସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ।


Swiv nou:

Piblisite


Piblisite