Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 28:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା ବଂଶ ମଧ୍ୟରୁ ମୋʼ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋʼ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋʼ ଠାରେ ସନ୍ତୁଷ୍ଟ ହେଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା-ବଂଶ ମଧ୍ୟରୁ ମୋʼ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋʼ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋʼଠାରେ ସନ୍ତୁଷ୍ଟ ହେଲେ;

Gade chapit la Kopi

ଓଡିଆ ବାଇବେଲ

4 ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା-ବଂଶ ମଧ୍ୟରୁ ମୋ’ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋ’ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋ’ଠାରେ ସନ୍ତୁଷ୍ଟ ହେଲେ;

Gade chapit la Kopi

ପବିତ୍ର ବାଇବଲ

4 “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲର ବାର ଗୋଟି ଗୋଷ୍ଠୀକୁ ପରିଗ୍ଭଳିତ କରିବା ନିମନ୍ତେ ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ। ଏହା ପରେ ସେହି ଗୋଷ୍ଠୀରୁ ସଦାପ୍ରଭୁ ମୋର ପିତାଙ୍କ ପରିବାରକୁ ମନୋନୀତ କଲେ। ଆଉ ସେହି ପରିବାରରୁ ପରମେଶ୍ୱର ମୋତେ ଚିରକାଳ ନିମନ୍ତେ ଇସ୍ରାଏଲର ରାଜା ହେବା ନିମନ୍ତେ ମନୋନୀତ କଲେ। ପରମେଶ୍ୱର ମୋତେ ଇସ୍ରାଏଲର ରାଜା କରିବାକୁ ଇଚ୍ଛା କଲେ।

Gade chapit la Kopi




1 ବଂଶାବଳୀ 28:4
18 Referans Kwoze  

କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତକାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ, ହେ ସଦାପ୍ରଭୋ, ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନନ୍ତକାଳ ଆଶୀର୍ବାଦଯୁକ୍ତ ଅଟେ।”


ଏବେ ହେ ସଦାପ୍ରଭୋ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନନ୍ତକାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର।


କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି।


ଗିଲୀୟଦ ମୋହର; ମନଃଶି ମୋହର; ଇଫ୍ରୟିମ ମଧ୍ୟ ମୋʼ ମସ୍ତକର ଆଶ୍ରୟ; ଯିହୁଦା ମୋହର ରାଜଦଣ୍ଡ।


ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ।


ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋʼ ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ।


ଏଥିଉତ୍ତାରେ ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ ନିକଟକୁ ଆସି କହିଲେ, “ଦାଉଦ କʼଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ।”


ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।’


ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।


‘ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।’” [ସେଲା]


Swiv nou:

Piblisite


Piblisite