1 ବଂଶାବଳୀ 28:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ଵରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯେବେ ତୁମ୍ଭେ ତାହାଙ୍କର ଅନ୍ଵେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯେବେ ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ। Gade chapit laଓଡିଆ ବାଇବେଲ9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ। Gade chapit laପବିତ୍ର ବାଇବଲ9 “ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ। Gade chapit la |
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।”
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।
କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।