Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 29:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ସଦାକାଳ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

10 ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ

10 ଏହା ପରେ ଦାଉଦ ଏକତ୍ରିତ ହୋଇଥିବା ସମସ୍ତ ଲୋକଙ୍କ ସାକ୍ଷାତରେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କଲେ। ଦାଉଦ କହିଲେ, “ହେ ଆମ୍ଭମାନଙ୍କ ପିତା, ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଅନନ୍ତକାଳ ଓ ଚିରଦିନ ନିମନ୍ତେ ପ୍ରଶଂସିତ ହୁଅ।

Gade chapit la Kopi




1 ବଂଶାବଳୀ 29:10
33 Referans Kwoze  

ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


ସେମାନେ ଉଚ୍ଚସ୍ୱରରେ କହୁଥିଲେ, “ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।”


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।


ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,


ଆମ୍ଭମାନଙ୍କର ଈଶ୍ବର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ। ଆମେନ୍‍।


କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।


ପ୍ରତିଦିନ ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।


ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।


ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି।


ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର ମୁକ୍ତିଦାତା ବୋଲି ତୁମ୍ଭର ନାମ ଅଛି।


ମୁଁ ବଞ୍ଚିଥିବା ଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।


ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।


ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ, ଆମେନ୍‍, ଆମେନ୍‍।


ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,


ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।


ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”


ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆପଣା ମୁଖରେ ମୋʼ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,


ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ।


ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।


ହେ ସଦାପ୍ରଭୋ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।


କାରଣ ମୁଁ ସଦାପ୍ରଭୁଙ୍କ ନାମ ପ୍ରଚାର କରିବି; ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ମହିମା ଆରୋପ କର।


ଏଉତ୍ତାରେ ହିଜକୀୟ ଓ ଅଧିପତିମାନେ ସେହି ରାଶି ଦେଖିବାକୁ ଆସି ସଦାପ୍ରଭୁଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ଧନ୍ୟବାଦ କଲେ।


ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,


ତହୁଁ ଏଜ୍ରା ମହାନ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍‍, ଆମେନ୍‍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ।


ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।


ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। [ସେଲା]


ଦାନିୟେଲ ଉତ୍ତର କରି କହିଲେ, “ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;


ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍‍ନିତ୍ସର ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକି ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।


Swiv nou:

Piblisite


Piblisite