Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 29:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ଵ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।

Gade chapit la Kopi

ଓଡିଆ ବାଇବେଲ

12 ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ୍ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।

Gade chapit la Kopi

ପବିତ୍ର ବାଇବଲ

12 ଧନ ଓ ସମ୍ମାନ ତୁମ୍ଭଠାରୁ ଆସେ। ତୁମ୍ଭେ ସକଳ ବିଷୟକୁ ଶାସନ କର। ତୁମ୍ଭର ହସ୍ତରେ ପରାକ୍ରମ ଓ ଶକ୍ତି ଅଛି। ଆଉ ତୁମ୍ଭ ହସ୍ତରେ ଯେକୌଣସି ବ୍ୟକ୍ତିକୁ ମହାନ ଓ ପରାକ୍ରମୀ କରାଇବାର କ୍ଷମତା ଅଛି।

Gade chapit la Kopi




1 ବଂଶାବଳୀ 29:12
40 Referans Kwoze  

ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,


ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।


ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।


ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।


ଆଉ ସେ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ତୁମ୍ଭେ କʼଣ ସ୍ୱର୍ଗସ୍ଥ ପରମେଶ୍ୱର ନୁହଁ? ତୁମ୍ଭେ କʼଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ।


ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,


ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,


ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି।


ଏଣୁ ଏହି କଥା ତୁମ୍ଭର ହୃଦ୍‍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ।”


“ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ବର୍ତ୍ତମାନ ଓ ଅତୀତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ୱ ଗ୍ରହଣ କରିଅଛ।


“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?”


ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।


ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।


ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି! ଓ ବିଚାରର କଥା କହିଲେ, କିଏ ମୋʼ ପାଇଁ ସମୟ ନିରୂପଣ କରିବ?


ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।


ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’


ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି। ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।


ମୋʼ ଠାରେ ଧନ ଓ ସମ୍ଭ୍ରମ, ପୁଣି, ଅକ୍ଷୟ ସମ୍ପତ୍ତି ଓ ଧାର୍ମିକତା ଅଛି।


ଯୀଶୁ ଉତ୍ତର ଦେଲେ, “ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।”


ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ।


ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।


ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।


ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।


ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ୱିଗୁଣ ପ୍ରଦାନ କଲେ।


କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”


(ଏଥିର ଅଭିପ୍ରାୟ ଏହି), ଯେପରି ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁଙ୍କ ହସ୍ତ ବଳବାନ ବୋଲି ଜାଣି ପାରିବେ, ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ସର୍ବଦା ଭୟ କରି ପାରିବେ।”


ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ୱିତ ନାମରେ ପ୍ରଶଂସା କରୁଅଛୁ।


ଆହୁରି, ସେ ଆପଣା ନିମନ୍ତେ ନାନା ନଗର ଓ ଗୋମେଷାଦି ପ୍ରଚୁର ପଶୁଧନ ଆୟୋଜନ କଲେ; କାରଣ ପରମେଶ୍ୱର ତାଙ୍କୁ ବହୁତ ବହୁତ ସମ୍ପତ୍ତି ଦେଇଥିଲେ।


ଦାନିୟେଲ ଉତ୍ତର କରି କହିଲେ, “ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;


ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।


ସଦାପ୍ରଭୁ ସ୍ୱର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରେ।


Swiv nou:

Piblisite


Piblisite