Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 29:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ଵରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ଵର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।

Gade chapit la Kopi

ଓଡିଆ ବାଇବେଲ

2 ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋ’ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବ ପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।

Gade chapit la Kopi

ପବିତ୍ର ବାଇବଲ

2 ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ମୋର ସାଧ୍ୟମତେ ଯୋଜନା ପାଇଁ ଚେଷ୍ଟା କରିଅଛି। ମୁଁ ସୁବର୍ଣ୍ଣରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ସୁବର୍ଣ୍ଣ ଦେଇଅଛି। ମୁଁ ରୌପ୍ୟରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ରୌପ୍ୟ ଦେଇଅଛି। ମୁଁ ପିତ୍ତଳରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ପିତ୍ତଳ ଦେଇଅଛି। ମୁଁ ଲୌହର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ଲୌହ ଦେଇଅଛି। ମୁଁ କାଠର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ କାଠ ଦେଇଅଛି। ମୁଁ ଚିତ୍ରବିଚିତ୍ର ଟାଇଲ୍ ଓ ପ୍ରସ୍ତର ଖୋଦନ କାର୍ଯ୍ୟ ପାଇଁ ଓ ଗୋମେଦକମଣି ଓ ସମସ୍ତ ପ୍ରକାର ବିଭିନ୍ନ ରଙ୍ଗର ବହୁମୂଲ୍ୟ ପ୍ରସ୍ତର ଓ ଶୁଭ୍ର ମାର୍ବଲ ପ୍ରସ୍ତର ଦେଇଅଛି। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ନିମନ୍ତେ ମୁଁ ଏହି ପ୍ରକାର ଅନେକ ଅନେକ ସାମଗ୍ରୀ ଦେଇଅଛି।

Gade chapit la Kopi




1 ବଂଶାବଳୀ 29:2
22 Referans Kwoze  

ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ;


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


କାରଣ ମୁଁ ସାକ୍ଷ୍ୟ ଦେଉଅଛି ଯେ, ସେମାନଙ୍କ ଶକ୍ତି ଅନୁସାରେ, ବରଂ ସେମାନଙ୍କ ଶକ୍ତିର ଅତିରିକ୍ତ ଭାବରେ ସେମାନେ ଦାନ କଲେ;


ଓଫୀରର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ, ବହୁମୂଲ୍ୟ ଗୋମେଦକ ଅବା ନୀଳକାନ୍ତମଣି ଦ୍ୱାରା ନୁହେଁ।


ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲା; ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା।


ଆହୁରି ସେମାନେ ଇସ୍ରାଏଲ-ପୁତ୍ରଗଣର ନାମାନୁସାରେ ଖୋଦିତ ମୁଦ୍ରାନ୍ୟାୟ ଖୋଦିତ ଓ ସ୍ୱର୍ଣ୍ଣାଧାରରେ ଖଚିତ ଦୁଇ ଗୋମେଦକ ମଣି ପ୍ରସ୍ତୁତ କଲେ।


ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ୱର୍ଣ୍ଣରେ ସ୍ୱ ସ୍ୱ ଧାଡ଼ିରେ ବସାଯିବ।


ପୁଣି, ତାହାକୁ ଚାରି ଧାଡ଼ି ମଣିରେ ଖଚିତ କରିବ, ତହିଁର ପ୍ରଥମ ଧାଡିରେ ଚୂଣୀ, ପୀତମଣି ଓ ମରକତ;


ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ।


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋʼ ନିଜର ସୁନା ଓ ରୂପାର ଭଣ୍ଡାର ଅଛି, ଆଉ ମୁଁ ମୋʼ ପରମେଶ୍ୱରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରିଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ୱରଙ୍କ ଗୃହ ନିମନ୍ତେ ଦେଉଅଛି।


ପୁଣି, ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ, ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋʼ ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।”


ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ।


ପୁଣି ସେ ଶୋଭା ନିମନ୍ତେ ଗୃହକୁ ବହୁମୂଲ୍ୟ ପ୍ରସ୍ତରରେ ଭୂଷିତ କଲେ; ସେହି ସ୍ୱର୍ଣ୍ଣ ପର୍ବୟିମ ଦେଶର ସ୍ୱର୍ଣ୍ଣ ଥିଲା।


ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି।


Swiv nou:

Piblisite


Piblisite