Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 29:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ଲୋକମାନେ ସ୍ଵେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ ସେମାନେ ସିଦ୍ଧଚିତ୍ତରେ ସ୍ଵେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।

Gade chapit la Kopi

ଓଡିଆ ବାଇବେଲ

9 ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।

Gade chapit la Kopi

ପବିତ୍ର ବାଇବଲ

9 ନେତାଗଣ ଆନନ୍ଦ ମଧ୍ୟରେ ଏତେ ପରିମାଣର ଦାନ ଦେଉଥିବାରୁ ଲୋକମାନେ ମଧ୍ୟ ଅତ୍ୟନ୍ତ ଆନନ୍ଦିତ ଥିଲେ। ନେତାଗଣ ଉତ୍ତମ ହୃଦୟରେ ମୁକ୍ତ ଭାବରେ ଦାନ କରୁଥିଲେ। ରାଜା ଦାଉଦ ମଧ୍ୟ ଅତ୍ୟନ୍ତ ଆନନ୍ଦିତ ଥିଲେ।

Gade chapit la Kopi




1 ବଂଶାବଳୀ 29:9
22 Referans Kwoze  

କାରଣ ମୁଁ ସାକ୍ଷ୍ୟ ଦେଉଅଛି ଯେ, ସେମାନଙ୍କ ଶକ୍ତି ଅନୁସାରେ, ବରଂ ସେମାନଙ୍କ ଶକ୍ତିର ଅତିରିକ୍ତ ଭାବରେ ସେମାନେ ଦାନ କଲେ;


ଏହେତୁ ଆଜିର ନ୍ୟାୟ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିଧିରୂପ ପଥରେ ଚାଲିବା ପାଇଁ ଓ ତାହାଙ୍କ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ସିଦ୍ଧ ଥାଉ।”


ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।


ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି।


ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।


ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।


କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।


ପୁଣି, ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ‘ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।’


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।


ମୋହର ହୃଦୟ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡ଼େ ଅଛି, ଯେଉଁମାନେ ସ୍ୱେଚ୍ଛାରେ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ଉତ୍ସର୍ଗ କଲେ। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।


ଇସ୍ରାଏଲ-ସନ୍ତାନଗଣ ସ୍ୱେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।


ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।


ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ୱେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ;


ତାହାସବୁ ଯାଜକମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆପଣାମାନଙ୍କ ପାଇଁ ଗ୍ରହଣ କରନ୍ତୁ; ପୁଣି ସେହି ଗୃହର ଯେକୌଣସି ସ୍ଥାନ ଭଗ୍ନ ଦେଖାଯାଏ, ତାହାସବୁ ସେମାନେ ପୁନଃନିର୍ମାଣ କରନ୍ତୁ।”


ଏଥିରେ ଅଧିପତି ସମସ୍ତେ ଓ ସମଗ୍ର ଲୋକ ଆନନ୍ଦ କଲେ ଓ ସେମାନେ ସମାପ୍ତ ନ କରିବା ପର୍ଯ୍ୟନ୍ତ ଆଣି ସିନ୍ଦୁକରେ ପକାଇଲେ।


ଏଉତ୍ତାରେ ହିଜକୀୟ ଓ ଅଧିପତିମାନେ ସେହି ରାଶି ଦେଖିବାକୁ ଆସି ସଦାପ୍ରଭୁଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ଧନ୍ୟବାଦ କଲେ।


ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ୱର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।


Swiv nou:

Piblisite


Piblisite