Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, “ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର।” ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ଏହି ଯାବେଷ୍ ଇସ୍ରାଏଲର ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରି କହିଲା, ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତା; ଆଶୀର୍ବାଦ କର ଓ ଆମ୍ଭ ସୀମା ବୃଦ୍ଧି କର ଓ ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର। ତହିଁରେ ପରମେଶ୍ଵର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର। ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।

Gade chapit la Kopi

ପବିତ୍ର ବାଇବଲ

10 ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ପ୍ରାର୍ଥନା କରୁଅଛି ତୁମ୍ଭେ ମୋତେ ଆଶୀର୍ବାଦ କର। ମୁଁ ଇଚ୍ଛା କରେ ଯେ, ତୁମ୍ଭେ ମୋତେ ଅଧିକ ଦେଶ ରାଜତ୍ୱ କରିବାକୁ ଦିଅ। ତୁମ୍ଭେ ମୋର ପାଶେ ପାଶେ ରୁହ ଓ ମୋତେ ଆଘାତ କରିବାକୁ କାହାକୁ ଦିଅ ନାହିଁ। ତେବେ ମୋହର କୌଣସି କଷ୍ଟ ହେବ ନାହିଁ।” ଯାବେଷ୍ ଯାହାକିଛି ମାଗିଲେ, ପରମେଶ୍ୱର ତାକୁ ସେହିସବୁ ପ୍ରଦାନ କଲେ।

Gade chapit la Kopi




1 ବଂଶାବଳୀ 4:10
56 Referans Kwoze  

ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।


ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,


ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି।


ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍‍।


ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ।


ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।


ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।


କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ ନିକଟକୁ ପତ୍ର; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,


ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।


ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”


ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।


ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।


ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”


ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।


ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼, କାରଣ ପ୍ରଭାତ ହେଲା।” ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।”


ଅସାରତା ଓ ମିଥ୍ୟା କଥା ମୋʼ ଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋʼ ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର।


ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।


ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି।


ତହିଁରେ ଏଲି ଉତ୍ତର ଦେଇ କହିଲେ, “କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।”


ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।


ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।


ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;


ଈଶ୍ବର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।


ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍‍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା।


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’


ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।


ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନ-ପରିବର୍ତ୍ତନ କର।


ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ।


ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।


“ତୁ, ହଁ, ତୁ ହିଁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।


ସେହିକ୍ଷଣି କୁକୁଡ଼ା ରାବିଲା। ଏଥିରେ “କୁକୁଡ଼ା ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ।


ପୁଣି, ଯାବେଷ୍‍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍‍ ରଖିଥିଲା, କାରଣ ସେ କହିଥିଲା, “ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ।”


ଶୂହାର ଭ୍ରାତା କଲୂବ ମହୀରକୁ ଜାତ କଲା, ସେ ଇଷ୍ଟୋନ୍‍ର ପିତା।


ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,


ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ,


ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ?” ସେ କହିଲା, “ଯାକୁବ।”


ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।”


ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।


ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।


ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।


ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।


Swiv nou:

Piblisite


Piblisite